(ଦିଲ୍ଲୀ) : ଗଡ଼ିଲା ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ୍ । ଏହାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଭୁବନେଶ୍ୱର ରେଳ ଷ୍ଟେସନଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଶୁଭାରମ୍ଭ କଲେ ମୋଦୀ । ଦେଶରେ ମୋଟ୍ ୯ ଟି ବନ୍ଦେ ଭାରତ ଏକ୍ସପ୍ରେସକୁ ସବୁଜ ପତାକା ଦେଖାଇଲେ ପ୍ରଧାନମନ୍ତ୍ରୀ ।
ସୂଚନାନୁଯାୟୀ, ୦୯ ଟି ଏକ୍ସପ୍ରେସର ନାମ ରାଉରକେଲା-ଭୁବନେଶ୍ଵର-ପୁରୀ ବନ୍ଦେ ଭାରତ ଏକ୍ସପ୍ରେସ୍ । ଉଦୟପୁର – ଜୟପୁର ବନ୍ଦେ ଭାରତ ଏକ୍ସପ୍ରେସ୍ । ତିରୁନେଲଭେଲି – ମଦୁରାଇ – ଚେନ୍ନାଇ ବନ୍ଦେ ଭାରତ ଏକ୍ସପ୍ରେସ୍ । ହାଇଦ୍ରାବାଦ – ବେଙ୍ଗାଲୁରୁ ବନ୍ଦେ ଭାରତ ଏକ୍ସପ୍ରେସ୍ । ବିଜୟୱାଡା – ଚେନ୍ନାଇ (ଭାୟା ରେନିଗୁଣ୍ଟା) ବନ୍ଦେ ଭାରତ ଏକ୍ସପ୍ରେସ୍ । ପାଟନା – ହାୱଡ଼ା ବନ୍ଦେ ଭାରତ ଏକ୍ସପ୍ରେସ୍ । କାସରଗୋଡ – ତିରୁଅନନ୍ତପୁରମ ବନ୍ଦେ ଭାରତ ଏକ୍ସପ୍ରେସ । ରାଞ୍ଚି – ହାୱଡ଼ା ବନ୍ଦେ ଭାରତ ଏକ୍ସପ୍ରେସ୍ । ଜାମନଗର – ଅହମ୍ମଦାବାଦ ବନ୍ଦେ ଭାରତ ଏକ୍ସପ୍ରେସ୍ ।