ଓଡିଶା

ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ

(ଭୁବନେଶ୍ୱର) : ଡିସେମ୍ବର୨୪ ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାର ସମ୍ବଲପୁର ଆସୁଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମ୍ବଲପୁରରେ  ଆଇଆଇଏମର ନୂତନ କ୍ୟାମ୍ପସ୍ ଉଦଘାଟନ କରିବା ସହ ଏକ ସାଧାରଣ ସଭାରେ ଯୋଗ ଦେବେ ବୋଲି ଜଣାଯାଇଛି।

 ସୂଚନାନୁଯାୟୀ, ଡିସେମ୍ବର ୨୪ ତାରିଖରେ ପ୍ରଧାନମନ୍ତ୍ରୀ ଓଡ଼ିଶା ଆସୁଥିବା ନେଇ ବିଶ୍ୱସ୍ତ ସୂତ୍ରରୁ ସୂଚନା ମିଳିଥିବା ବେଳେ ପୂରା କାର୍ଯ୍ୟସୂଚୀ ନେଇ ସ୍ପଷ୍ଟ ସୂଚନା ମିଳିପାରିନାହିଁ। ତେବେ ପଶ୍ଚିମ ଓଡ଼ିଶାକୁ ପ୍ରଧାନମନ୍ତ୍ରୀ ଆସୁଥିବା ନେଇ ସୂଚନା ମିଳିଛି। ଆସନ୍ତା ସାଧାରଣ ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ବେଶ ଗୁରୁତ୍ୱ ବହନ କରୁଛି। ପଶ୍ଚିମ ଓଡ଼ିଶାକୁ ପ୍ରଧାନମନ୍ତ୍ରୀ ଆସୁଥିବା ଖବର ସାମ୍ନାକୁ ଆସିବା ପରେ ଏହାର ରାଜନୈତିକ ଗୁରୁତ୍ୱ ଯଥେଷ୍ଟ ଅଧିକ ବଢ଼ିଯାଇଛି।

Related posts

ଓପିଏସସିର ପରୀକ୍ଷାରେ ସ୍ୱଚ୍ଛତା ଆଣିବି: ଆଇପିଏସ ସତ୍ୟଜିତ ମହାନ୍ତି

mahabharatanews

ମୟୁରଭଞ୍ଜ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଦିବସ।

mahabharatanews

୨୪ ଘଣ୍ଟା ମଧ୍ୟରେ ୧୨୪୭ କରୋନା ପଜିଟିଭ୍ ଚିହ୍ନଟ

mahabharatanews