ଓଡିଶା

ଆସନ୍ତାକାଲି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି

ଆସନ୍ତାକାଲି ପୌଷ କୃଷ୍ଣ ସପ୍ତମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ହେବ ବନକଲାଗି ନୀତି । ତେଣୁ ଆସନ୍ତାକାଲି 4 ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ । ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ 4ଟାରୁ ରାତି 8 ପର୍ଯ୍ୟନ୍ତ 4 ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ରଙ୍ଗପ୍ରସ୍ତୁତ କରିବା ଓ ବିଗ୍ରହରେ ଲଗାଇବା ଏମାନଙ୍କ କାମ । ମହାପ୍ରଭୁଙ୍କ ଲାଗି ଉର୍ଦ୍ଦିଷ୍ଟ ରଙ୍ଗଗୁଡିକ ପ୍ରସ୍ତୁତ ପାଇଁ ଭିତର ବେଢାର ଉତ୍ତର ପଟେ ଗୋଟିଏ କୋଠରୀ ରହିଛି । ଏହାକୁ ବନକଲାଗି ଘର କୁହାଯାଏ । ଶଙ୍ଖକୁ ଚୂର୍ଣ୍ଣ କରି ଧଳାରଙ୍ଗ, ହରିତାଳରୁ ହଳଦିଆ ଓ ହିଙ୍ଗୁଳରୁ କଳା ପ୍ରସ୍ତୁତ ହୁଏ । ଏସବୁ ରଙ୍ଗରେ କର୍ପୁର ଓ କସ୍ତୁରୀ ମିଶେ । କସ୍ତୁରୀ ଯୋଗୁଁ ମହାପ୍ରଭୁଙ୍କ ମୁଖମଣ୍ଡଳ ଉଜ୍ଜଳ ଓ ମସୃଣ ରହେ ।

Related posts

କୁଆଖିଆରେ ୨୦ ଲକ୍ଷର ବ୍ରାଉନସୁଗାର ଜବତ, ୨ ଗିରଫ

mahabharatanews

ସନ୍ଦେହଜନକ ଅବସ୍ଥାରେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

mahabharatanews

ବିଦ୍ୟୁତ ଆଘାତରେ ଛାତ୍ର ମୃତ, କ୍ଷତିପୁରଣ ଦାବିରେ ରାସ୍ତା ଅବରୋଧ

mahabharatanews