ଓଡିଶା

ବାଣ ଦୁର୍ଘଟଣାର ଆହତମାନଙ୍କୁ ଭେଟିଲେ ଶ୍ରୀ ନବୀନ ପଟ୍ଟନାୟକ

(ଭୁବନେଶ୍ୱର) ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ପୂର୍ବାହ୍ନରେ ଭୁବନେଶ୍ୱର Sum Ultimate Hospital କୁ ଯାଇ ସେଠାରେ ଚିକିତ୍ସିତ ହେଉଥିବା ପୁରୀର ବାଣ ଦୁର୍ଘଟଣାର ଆହତମାନଙ୍କୁ ଭେଟିଥିଲେ। ସେମାନଙ୍କର ଚିକିତ୍ସା ବ୍ୟବସ୍ଥାରେ ରହିଥିବା ମୁଖ୍ୟ ଡାକ୍ତରମାନଙ୍କ ସହିତ ଆଲୋଚନା କରିଥିଲେ ଏବଂ ସେମାନଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇଦେବା ପାଇଁ ପରାମର୍ଶ ଦେଇଥିଲେ। ପରେ ମୁଖ୍ୟମନ୍ତ୍ରୀ ଆହତମାନଙ୍କ ପରିବାରବର୍ଗଙ୍କୁ ଭେଟିଥିଲେ ଏବଂ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ।

ସୂଚନାନୁଯାୟୀ , ପୁରୀ ବାଣ ଦୁର୍ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଅତିରିକ୍ତ ମୁଖ୍ୟ ଶାସନ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ତଥା ସ୍ୱତନ୍ତ୍ର ରିଲିଫ୍ କମିଶନର ଏହି ତଦନ୍ତ କରିବେ। ଦୁର୍ଘଟଣାରେ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପମୂଳକ ସହାୟତା ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଗତକାଲି ପୁରୀ ବାଣ ଦୁର୍ଘଟଣାରେ ଆହତମାନଙ୍କ ଚିକିତ୍ସା ଖର୍ଚ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ବହନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।ଏହି ବାଣ ଦୁର୍ଘଟଣାରେ ୩ ଜଣ ମୃତ୍ୟୁ ବରଣ କରିଥିବା ବେଳେ ୩୦ ଜଣ ଆହତ ହୋଇଛନ୍ତି।

Related posts

ଅସହାୟ ବ୍ୟକ୍ତିଙ୍କୁ ଉଦ୍ଧାର, ନୀଳାଦ୍ରୀ ନୀଳୟରେ ଥଇଥାନ

mahabharatanews

ଖୋର୍ଦ୍ଧା ସବ୍ ଡିଭିଜନରେ ଦିନ ୨ଟାରୁ ସକାଳ ୬ଟା ସଟଡାଉନ

mahabharatanews

ଫିରିଙ୍ଗିଆ ବ୍ଲକ ଛକରେ କାର ସହ ଅଟୋ ମୁହାଁମୁହିଁ ଧକ୍କା ସାତ ଜଣ ଅଟୋ ଆରୋହୀ ଆହତ

mahabharatanews