ଓଡିଶା

ବାଣ ବିସ୍ଫୋରଣ ଘଟଣା; ମୃତକ ପରିବାରଙ୍କ ପାଇଁ ୪ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା

(ପୁରୀ) : ଶ୍ରୀକ୍ଷେତ୍ରରେ ଭଉଁରୀରେ ଘଟିଥିବା ବାଣ ବିସ୍ଫୋରଣ ଘଟଣାରେ ଏଯାବତ ୩ ଜଣ ମୃତ୍ୟୁ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୃତକ ପରିବାରଙ୍କ ପାଇଁ ୪ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।

ସୂଚନାନୁଯାୟୀ , ଏହା ପୁର୍ବରୁ ଗୁରୁବାର ସକାଳେ ପୁରୀ ବାଣ ବିସ୍ଫୋରଣ ଘଟଣାରେ ଚିକିତ୍ସିତ ହେଉଥିବା ଆହତଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭେଟିଥିଲେ। ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ସମ୍ ହସ୍ପିଟାଲ ଯାଇ ସେଠାରେ ଚିକିତ୍ସିତ ହେଉଥିବା ଆହତଙ୍କୁ ଭେଟିବା ସହ ସେମାନଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ପଚାରି ବୁଝିଛନ୍ତି । ମୁଖ୍ୟମନ୍ତ୍ରୀ ସମସ୍ତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ। ଏହାସହ ଚିକିତ୍ସା ବ୍ୟବସ୍ଥା ସମ୍ପର୍କରେ ବରିଷ୍ଠ ଡାକ୍ତରଙ୍କ ସହ ମଧ୍ୟ ମୁଖ୍ୟମନ୍ତ୍ରୀ ଆଲୋଚନା କରିଥିଲେ।

Related posts

‘ହଣ୍ଟର ଗ୍ରିନ୍‌’ପୋଷାକ ପିନ୍ଧିବେ ନବମ ଏବଂ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ

mahabharatanews

ଦୁଇ ଵେଆଇନ କରତକଳ ଉପରେ ଚଢାଉ, ୫୦ ଲକ୍ଷରୁ ଊଦ୍ଧ୍ୱର୍ ଟଙ୍କାର ଯନ୍ତ୍ରାଂଶ, କାଠ ଜବତ

mahabharatanews

‘ଆମ ଓଡ଼ିଶା ନବୀନ ଓଡ଼ିଶା’

mahabharatanews