ଓଡିଶା

ଆଜି ଶ୍ରୀଜିଉଙ୍କ ବନକ ଲାଗି, ୪ଘଣ୍ଟା ଦର୍ଶନ ବନ୍ଦ

ପୁରୀ: ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆସନ୍ତାକାଲି ପ୍ରାୟ ସନ୍ଧ୍ୟା ୫ଟାରୁ ରାତି ୯ଟା ପର୍ୟ୍ୟନ୍ତ ଚାରିଘଣ୍ଟା ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଦ୍ବିତୀୟ ଭୋଗ ମଣ୍ଡପ ନୀତି ପରେ ମହାପ୍ରଭୁଙ୍କୁ ଦିବା ପହୁଡ଼ ଆଳତି କରାଯିବ। ଭିତରୁ ଜୟ ବିଜୟ ଦ୍ବାର ବନ୍ଦ କରାଯିବ। ବନକଲାଗି ନିତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ।

Related posts

ମିଶନ ଶକ୍ତି ପାଇଁ ଋଣ ୬୦୦୦ କୋଟି ଟଙ୍କାରେ ପହଞ୍ଚିଲା

mahabharatanews

ଅଷ୍ଟମ ଦିନରେ ଶ୍ରୀଅଲାରନାଥଙ୍କ ଦର୍ଶନ,ପ୍ରବଳ ଗହଳି  

mahabharatanews

ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ ପକ୍ଷରୁ ଆନ୍ଦୋଳନ

mahabharatanews