ଓଡିଶା

ଆଜି ୪ ଘଣ୍ଟା ଶ୍ରୀଜିଉଙ୍କ ସାଧାରଣ ଦର୍ଶନ ବନ୍ଦ

ପୁରୀ:ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ଶ୍ରୀଜିଉଙ୍କ ସାଧାରଣ ଦର୍ଶନ ବନ୍ଦ। ଚିତାଲାଗି ଅମାବାସ୍ୟା ପାଇଁ ୪ ଘଣ୍ଟା ଦର୍ଶନ ବନ୍ଦ ରହିବ। ପ୍ରଥମ ଭୋଗ ମଣ୍ଡପ ପରେ ଆରମ୍ଭ ହେବ ସ୍ବତନ୍ତ୍ର ନୀତି। ଅପରାହ୍ନ ୨ଟାରୁ ସନ୍ଧ୍ୟା ୬ ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ।

ଆଜି ଶ୍ରାବଣ ଅମାବାସ୍ୟା ଅବସରରେ ଶ୍ରୀମନ୍ଦିରରେ ଚିତାଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କୁ ରତ୍ନଚିତା ଲାଗି କରାଯିବ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ହୀରା ଚିତା, ଶ୍ରୀବଳଭଦ୍ରଙ୍କୁ ନୀଳା ଚିତା ଓ ଦେବୀ ସୁଭଦ୍ରାଙ୍କୁ ପାନା ଚିତା ଲାଗି କରାଯିବ। ଅପରାହ୍ନ ସାଢ଼େ ୨ଟାରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି।

ପ୍ରଥମ ଭୋଗ ମଣ୍ଡପ ଶେଷ ହେବା ପରେ ରତ୍ନସିଂହାସନରୁ ଶ୍ରୀଦେବୀ ଓ ଭୂଦେବୀ ଖଟଶେଯ ଘରକୁ ବିଜେ କରିବା ପରେ ଶ୍ରୀଜିଉଙ୍କ ଝୋବା ମଇଲମ କରାଯାଇ ଜୟବିଜୟ ଦ୍ୱାର ବନ୍ଦ କରାଯିବ। ପତିମହାପାତ୍ର ସେବକ ସଂସ୍କାର କରିବା ପରେ ବାଡ଼ଗ୍ରାହୀ ଦଇତାପତିମାନେ ରତ୍ନସିଂହାସନାରେ ଅଧିଷ୍ଠିତ ଶ୍ରୀଜିଉଙ୍କର ଚିତାଲାଗି କାର୍ଯ୍ୟ ସଂପନ୍ନ କରିବେ। ଚିତାଲାଗି ନୀତି ସରିବା ପରେ ଠାକୁରଙ୍କୁ ମହାସ୍ନାନ କରାଯିବ। ତେବେ ଏହା ଏକ ଗୁପ୍ତନୀତି ହୋଇଥିବାରୁ ଅପରାହ୍ନ ସାଢ଼େ ୨ଟାରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି।

Related posts

ଦିଗପହଣ୍ଡି ଥାନା ସିଦ୍ଧିଖଣ୍ଡିରେ ଅଘଟଣ

mahabharatanews

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି; ୪ଘଣ୍ଟା ସାଧାରଣ ଦର୍ଶନ ମନା 

mahabharatanews

ନବନିର୍ମାଣ କୃଷକ ସଂଗଠନ ପକ୍ଷରୁ କୃଷକ ଦୀନବନ୍ଧୁ ରାଉତଙ୍କ ସ୍ମୃତିସଭା

mahabharatanews