ଭୁବନେଶ୍ୱର: ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ ନ୍ୟାୟ ଯାତ୍ରା ପାଇଁ ଲୋଗୋ ଉନ୍ମୋଚନ କରିଛି ରାଜ୍ୟ କଂଗ୍ରେସ । ଏଥିସହ ମିସ କଲ ଦେଇ ନ୍ୟାୟ ଯାତ୍ରାରେ ସାମିଲ ହେବା ପରେ ଲୋକଙ୍କୁ ଅପିଲ କରି କଂଗ୍ରେସ ଏକ ମୋବାଇଲ ନମ୍ବର ଜାରି କରିଛି । ରାହୁଲ ଗାନ୍ଧୀଙ୍କ ସହ ଭାରତ ଯୋଡ ନ୍ୟାୟ ଯାତ୍ରାରେ ସାମିଲ ହେବା ପାଇଁ କଂଗ୍ରେସ ନେତା ଲୋକଙ୍କୁ ଅପିଲ କରିଛନ୍ତି । ତେବେ ଏହି ଭାରତ ଯୋଡ ନ୍ୟାୟ ଯାତ୍ରାରେ ଓଡିଶା ଆସିବେ ରହୁଲ ଗାନ୍ଧି । ଏହି ଯାତ୍ରା ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୪ ଟି ଜିଲ୍ଲା ଅତିକ୍ରମ କରିବ । ଝାରସୁଗୁଡା , ସୁନ୍ଦରଗଡ, କେନ୍ଦୁଝର ଓ ମୟୂରଭଞ୍ଜରେ ଭାରତ ଯୋଡ ନ୍ୟାୟ ଯାତ୍ରା କରିବେ ରାହୁଲ ଗନ୍ଧି । ଯାତ୍ରା ବେଳେ ଓଡିଶାରେ ରାହୁଲ ଗାନ୍ଧୀ ୪ ଦିନ ରହିବାର କାର୍ଯ୍ୟକ୍ରମ ରହିଛି । ତେବେ ଏହି ଯାତ୍ରା ମଣିପୁରରୁ ଆରମ୍ଭ ହୋଇ ମୋଟ ୬ ହଜାର ୭୧୩ କିମି ଅତିକ୍ରମ କରି ମହାରାଷ୍ଟ୍ରରେ ସରିବ । କଂଗ୍ରେସ ନେତା ଓ କର୍ମ ମାନେ ମାତ୍ର ୬୬ ଦିନରେ ୧୫ଟି ରାଜ୍ୟର ୧୧୦ ଜିଲ୍ଲା ବୁଲିବାର କାର୍ଯ୍ୟକ୍ରମ ରହିଛି ।