(ଭୁବନେଶ୍ୱର) : ଦେଶର ସପ୍ତମ ତଥା ଓଡ଼ିଶାର ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଗୁରୁବାର ସନ୍ଧ୍ୟାରେ ପ୍ରଚାର ସରୁଛି। ଶେଷ ଦିନରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓଡିଶା ଆସୁଛନ୍ତି । ସେ ଭଦ୍ରକ-ବାଲେଶ୍ବର ଲୋକସଭା ଆସନରେ ପ୍ରଚାର କରିବେ। ଭଦ୍ରକର ସିମୁଳିଆରେ ଏକ ଜନସଭାକୁ ସମ୍ବୋଧିତ କରି କଂଗ୍ରେସ ସାଂସଦ ପ୍ରାର୍ଥୀ ଓ ବିଧାୟକ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ । ଏନେଇ ରାଜ୍ୟରେ ବିଜେଡି, ବିଜେପି, କଂଗ୍ରେସ ସମେତ ସମସ୍ତ ପ୍ରମୁଖ ଦଳର ଷ୍ଟାର ପ୍ରଚାରକ ନେତାମାନେ ମାରାଥନ ପ୍ରଚାର କରି ଭୋଟରଙ୍କୁ ଆକର୍ଷିତ କରିବେ ।
previous post
next post