ଓଡିଶା

ରାଜ୍ୟରେ ୩୦ରୁ ପୁଣି ବର୍ଷା

(ଭୁବନେଶ୍ୱର):  ମୌସୁମୀ ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟରେ ୩୦ ତାରିଖ ଆଡ଼କୁ ପୁଣି ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଉଛି। ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜର କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

ସୂଚନାନୁଯାୟୀ , ୩୧ ତାରିଖ ଦିନ ମଧ୍ୟ ରାଜ୍ୟରେ ଭଲ ବର୍ଷା ସମ୍ଭାବନା ରହିଛି ତେବେ ଆସନ୍ତା ସପ୍ତାହରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ନେଇ ପାଗ ଅନୁକୂଳ ହେବ ପାଣିପାଗ ବିଜ୍ଞାନୀମାନେ ପୂର୍ବାନୁମାନ କରୁଛନ୍ତି। ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, ଢେଙ୍କାନାଳ ଓ ଅନୁଗୁଳ ଆଦି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି ବୋଲି କୁହାଯାଉଛି।

Related posts

ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୨ ମୁଣ୍ଡ ନେଲା କରୋନା

mahabharatanews

ପାଉଡର ଚୋର ସିସିଟିଭିରେ କଏଦ

mahabharatanews

ମହାପ୍ରଭୁଙ୍କ ଦ୍ବାର ଫିଟା ନୀତି ବିଳମ୍ବ, ପ୍ରତିହାରୀ ସେବକଙ୍କୁ କାରଣ ଦର୍ଶାଅ ନୋଟିସ୍

mahabharatanews