ଓଡିଶା

ଗରମରୁ ତ୍ରାହି; ବିଭିନ୍ନ ଜିଲ୍ଲାରେ କାଳବୈଶୀଖିଜନିତ ବର୍ଷା ସମ୍ଭାବନା 

(ଭୁବନେଶ୍ୱର) : ପ୍ରବଳ ଗ୍ରୀଷ୍ମପ୍ରବାହ ପରେ ଆସନ୍ତା କିଛିଦିନ ରାଜ୍ୟବାସୀଙ୍କୁ ଗରମରୁ ତ୍ରାହି ମିଳିବାର ସମ୍ଭାବନା ରହିଛି । ଭୁବନେଶ୍ବର ସ୍ଥିତ ଆଂଚଳିକ ପାଣିପାଗ ବିଭାଗର ବୁଲେଟିନ ଅନୁସାରେ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶୀଖିଜନିତ ବର୍ଷା ହେବାର ସମ୍ଭାବନା ରହିଛି ।

ସୂଚନାନୁଯାୟୀ , ଆସନ୍ତା ୭ ତାରିଖ ସୁଦ୍ଧା ଉପକୂଳ ଓଡ଼ିଶା, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କନ୍ଧମାଳ, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଛି । ବିଶେଷକରି ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ପ୍ରବଳ ପବନ ସହ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏସବୁ ଜିଲ୍ଲା ପାଇଁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।

Related posts

ବସ୍ତିରେ ମହଙ୍ଗା ପଡିଲା କୋଠାଘର ନିର୍ମାଣ, ଭାଙ୍ଗିଲା ପାରାଦ୍ୱୀପ ବନ୍ଦର ଇଷ୍ଟେଟ ବିଭାଗ

mahabharatanews

ବସକୁ ଧକ୍କା ଦେଲା ଟ୍ରକ୍, ୨ ଗୁରୁତର ୫ ଆହତ

mahabharatanews

ଥଣ୍ଡା ପାଣି ପିଉଥିଲେ ହୋଇଯାନ୍ତୁ ସାବଧାନ

mahabharatanews