ଓଡିଶା

୧୧ ଓ ୧୨ ବର୍ଷା ସମ୍ଭାବନା; ୱାର୍ଣ୍ଣିଂ ଜାରି

(ଭୁବନେଶ୍ୱର) : ରାଜ୍ୟରେ ଏବେ ମୌସୁମୀ ଦୁର୍ବଳ ରହିଛି। ଫଳରେ ରାଜ୍ୟରେ ଶୁଖିଲା ପାଗ ଦେଖିବାକୁ ମିଳିଛି । ୧୧ ଓ ୧୨ ତାରିଖ ଦିନ ରାଜ୍ୟର କେତେକ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ସୂଚନାନୁଯାୟୀ , ଆଜି ଅର୍ଥାତ  ଶୁକ୍ରବାର ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଖୋର୍ଧା, ପୁରୀ ଓ ନୟାଗଡ଼ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ସେହିଭଳି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଓ ମୟୂରଭଞ୍ଜ ଜିଲ୍ଲାରେ ୧୨ ତାରିଖ ଦିନ ବର୍ଷା ହେବାର ସମ୍ଭାବନା ରହିଛି। ଏଣୁ ଏହି ସବୁ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Related posts

ପୁରୀରେ ହେବ ୪୮ଟି ବିଦ୍ୟାଳୟ ଏବଂ ୩୫ଟି କଲେଜ

mahabharatanews

ରାୟଗଡ଼ା ଜିଲ୍ଲା ଗୁଣୁପୁର ବେବର୍ତ୍ତା ଢିପସାହିରେ ଭୟାବହ ଅଗ୍ନିକାଣ୍ଡ

mahabharatanews

ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ଡକ୍ଟର ବିଦ୍ୟୁତ୍ ରଞ୍ଜନ ଷଡ଼ଙ୍ଗୀ 

mahabharatanews