ଓଡିଶା

 ସକ୍ରିୟ ରହିଛି ଘୂର୍ଣ୍ଣିବଳୟ,ପ୍ରବଳ ବର୍ଷା ସମ୍ଭାବନା

(ଭୁବନେଶ୍ୱର) : ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସମ୍ଭାବନା ରହିଛି। ୭ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

 

ସୂଚନାନୁଯାୟୀ , କୋରାପୁଟ, କଳାହାଣ୍ଡି, ମାଲକାନଗିରି, ନବରଙ୍ଗପୁର ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ଖୋର୍ଧା, ପୁରୀ, କଟକ, ଢେଙ୍କାନାଳ, କେନ୍ଦୁଝର, ସମ୍ବଲପୁର, ଅନୁଗୁଳ, ସୋନପୁର, ବୌଦ୍ଧ, ବରଗଡ଼, ରାୟଗଡ଼ା, ବଲାଙ୍ଗୀର, ନୂଆପଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହୁଛି। ସେହିଭଳି ଅବଶିଷ୍ଟ ଓଡ଼ିଶାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ୬ ତାରିଖଠାରୁ ରାଜ୍ୟରେ ବର୍ଷାର ପ୍ରଭାବ କିଛି ମାତ୍ରାରେ କମିପାରେ। ସେ ଦିନ ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସହ ଗଞ୍ଜାମ, ଗଜପତି, ରାୟଗଡ଼ା, ନୂଆପଡ଼ା, କନ୍ଧମାଳ, ପୁରୀ, ଖୋର୍ଧା ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ।

Related posts

ଓଡ଼ିଶା କ୍ରିକେଟ୍‌ ଦଳର ଦ୍ରୁତ ବୋଲର ଆଶୁତୋଷ ଛୁରିଆ ଜାତୀୟ କ୍ରିକେଟ୍‌ ଏକାଡେମୀ (ଏନ୍‌ସିଏ)ରେ ପ୍ରଶିକ୍ଷଣ ପାଇବାକୁ ମନୋନୀତ

mahabharatanews

ମଶାଣି ପଦାରୁ ନବଜାତ ଶିଶୁକନ୍ୟା ଉଦ୍ଧାର

mahabharatanews

ଆସନ୍ତାକାଲି ବସିବ ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରିପରିଷଦ ବୈଠକ 

mahabharatanews