ଭୁବନେଶ୍ୱର: ଉତ୍ତର-ପୂର୍ବ ବଙ୍ଗୋପସଗାରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ଠୁ ଆସନ୍ତା ୨୧ ତାରିଖ ଯାଏ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡଘଡି, ବିଜୁଳି ସହ ପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ଏହାକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ରିଲିଫ କମିଶନ(ଏସ୍ଆରସି)ଙ୍କ ପକ୍ଷରୁ କିଛି ଜିଲା ପାଇଁ ୟେଲୋ ୱାର୍ଣ୍ଣିଙ୍ଗ୍ ଜାରି କରାଯାଇଛି ।
ଏସ୍ଆରସିଙ୍କ ପକ୍ଷରୁ ଜାରୀ ସୂଚନା ଅନୁଯାୟୀ, ଆଜି ମଧ୍ୟାନ ସାଢେ ୧ଟାରୁ ୧୮ ତାରିଖ ସକାଳ ସାଢେ ୮ଟା ପର୍ଯ୍ୟନ୍ତ କୋରାପୁଟ, ମାଲକାନାଗିରି, ରାୟଗଡା, ଗଜପତି, ସୁନ୍ଦରଗଡ଼, କେଉଁଝର, ମୟୁରଭଞ୍ଜ, ଗଞ୍ଜାମ ଜିଲ୍ଲାର କିଛି ସ୍ଥାନରେ ଘଟଘଡି, ବିଜୁଳି ସହ ବର୍ଷା ହେବ । ତେଣୁ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣଙ୍ଗ୍ ଜାରି କରାଯାଇଛି ।
ସେହିପରି ୧୮ ତାରିଖ ସକାଳ ସାଢେ ୮ଟାରୁ ୧୯ ତାରିଖ ସକାଳ ସାଢେ ୮ଟା ଯାଏ ନୂଆପଡା, କେଉଁଝର, ମୟୁରଭଞ୍ଜ, ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଥିବା ବେଳେ ନୂଆପଡା, କେଉଁଝର, ମୟୁରଭଞ୍ଜ, ନବରଙ୍ଗପୁର, ମାଲକାନାଗିରି, କୋରାପୁଟ, ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ, ବଲାଙ୍ଗୀର, ଦେଓଗଡ଼ ଜିଲ୍ଲାର କିଛି ସ୍ଥାନରେ ଘଡଘଡି, ବିଜୁଳି ମାରିବାର ସମ୍ଭାବନା ରହିଛି । ତେଣୁ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣଙ୍ଗ୍ ଜାରି କରାଯାଇଛି । ୧୯ ତାରିଖରେ କେଉଁଝର, ମୟୁରଭଞ୍ଜ, ଢେଙ୍କାନାଳ, କଟକ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବାଳ ବର୍ଷା ହେବାର ଆଶଙ୍କା ରହିଥିବା ବେଳେ ଭଦ୍ରକ, ଯାଜପୁର, ବାଲେଶ୍ୱର, କେନ୍ଦ୍ରାପଡ଼ା, କଟକ, ଜଗତିସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, କେଉଁଝର, ମୟୁରଭଞ୍ଜ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ସୋନପୁର ଜିଲ୍ଲାର କିଛି ସ୍ଥାନରେ ଘଡଘଡି, ବିଜୁଳି ମାରିବାର ଆଶଙ୍କା ରହିଛି । ତେଣୁ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣଙ୍ଗ୍ ଜାରି କରାଯାଇଛି ।
୨୦ ତାରିଖରେ କୋରାପୁଟ, ମାଲକାନାଗିରି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କଟକ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣଙ୍ଗ୍ ଜାରି କରାଯାଇଛି । ୨୧ ତାରିଖରେ କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ଯାଜପୁର, ଭଦ୍ରକ, ଢେଙ୍କାନାଳ, ନୟାଗଡ଼, କନ୍ଧମାଳ, ନୟାଗଡ଼, କଳାହାଣ୍ଡି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ତେଣୁ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣଙ୍ଗ୍ ଜାରି କରାଯାଇଛି ।
previous post
next post
