(ଭୁବନେଶ୍ୱର) : ରାଜ୍ୟରେ ମୌସୁମୀଛୁଇଁବା ପରେ ମଧ୍ୟ ନିଅଣ୍ଟିଆ ବର୍ଷା ରହିଛି । ଅନ୍ୟପଟେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରର କେନ୍ଦ୍ର ଭାଗ ଉପରେ ଥିବା ଘୂର୍ଣ୍ଣିବଳୟଟି ଦକ୍ଷିଣ-ପଶ୍ଚିମ ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋସାଗର ଉପରେ ରହିଛି। ଏହା ପ୍ରଭାବରେ ମଙ୍ଗଳବାର ରାଜ୍ୟର କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ସୂଚନାନୁଯାୟୀ , ୫ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।
୬ ତାରିଖରେ କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ କିଛି ସ୍ଥାନରେ ଅତିପ୍ରବଳ ବର୍ଷା ହୋଇପାରେ। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି ଓ କନ୍ଧମାଳ ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ।
