ଓଡିଶା

୫ ଓ ୬ରେ ପ୍ରବଳ ବର୍ଷା ସମ୍ଭାବନା

(ଭୁବନେଶ୍ୱର) :  ରାଜ୍ୟରେ ମୌସୁମୀଛୁଇଁବା ପରେ ମଧ୍ୟ ନିଅଣ୍ଟିଆ ବର୍ଷା ରହିଛି ।  ଅନ୍ୟପଟେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରର କେନ୍ଦ୍ର ଭାଗ ଉପରେ ଥିବା ଘୂର୍ଣ୍ଣିବଳୟଟି ଦକ୍ଷିଣ-ପଶ୍ଚିମ ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋସାଗର ଉପରେ ରହିଛି। ଏହା ପ୍ରଭାବରେ ମଙ୍ଗଳବାର ରାଜ୍ୟର କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ସୂଚନାନୁଯାୟୀ ,  ୫ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

୬ ତାରିଖରେ କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ କିଛି ସ୍ଥାନରେ ଅତିପ୍ରବଳ ବର୍ଷା ହୋଇପାରେ। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି ଓ କନ୍ଧମାଳ ଆଦି ଜିଲ୍ଲାର କେତେକ ସ୍ଥାନରେ ‌ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ।

 

Related posts

ଯୋଜନା ହୋଇଥିବା ଡକାୟତିକୁ ପଣ୍ଡ କଲା ଜଟଣୀ ପୋଲିସ୍

mahabharatanews

ଶାଢ଼ୀ ସେଣ୍ଟର ସିଲ୍ କରିବାକୁ ଯାଇ ଦୋକନରେ ଅଟକ ରହିଲେ ବିଏମସି ଅଧୀକାରୀ

mahabharatanews

କାଲିଠୁ ୪ ଦିନ ପର୍ଯ୍ୟନ୍ତ ବ୍ରହ୍ମପୁର ସଟଡାଉନ

mahabharatanews