ଓଡିଶା

ଆଜିଠୁ ରାଜ୍ୟରେ ବର୍ଷା

(ଭୁବନେଶ୍ୱର) : ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ବଙ୍ଗୋପସାଗର ତଥା ସଂଲଗ୍ନ ଆଣ୍ଡାମାନ ଓ ନିକୋବରରେ ସୃଷ୍ଟି ହୋଇଛି। ଏହାସହ ଜଡ଼ିତ ଘୂର୍ଣ୍ଣିବଳୟଟି ବାୟୁମଣ୍ଡଳର ମଧ୍ୟଭାଗ ପର୍ଯ୍ୟନ୍ତ ଲମ୍ବିଛି। ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ବି‌ଶେଷ କରି ଜଗତସିଂହପୁର, ଖୋର୍ଧା, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କୋରାପୁଟ ଆଦି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ସେହିପରି ନବରଙ୍ଗପୁର, ମାଲକାନଗିରି, କେନ୍ଦ୍ରାପଡ଼ା, ଭଦ୍ରକ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି ଓ କଟକ ଜିଲ୍ଲାର କିଛି କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ସୂଚନାନୁଯାୟୀ , ଫଳରେ ୧୬ ଓ ୧୭ ତାରିଖ ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହୁଛି। ୧୬ ତାରିଖ ଦିନ ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଗଞ୍ଜାମ, ଖୋର୍ଧା, ଭଦ୍ରକ, କଟକ, ଯାଜପୁର, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଓ ନୟାଗଡ଼ ଜିଲ୍ଲାର କେତେକାଂଶରେ ମଧ୍ୟ ବର୍ଷା ସମ୍ଭାବନା ରହିଛି। ୧୭ ତାରିଖ ଦିନ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଯାଜପୁର, ଢେଙ୍କାନାଳ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ରହିଛି। ରାଜ୍ୟରେ ଏବେ ହାଲୁକା ଶୀତ ଜାରି ରହିଥିବା ବେଳେ ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ତାପମାତ୍ରା ଏହିଭଳି ରହିବ।

Related posts

ପ୍ରବଳ ବର୍ଷା ଯୋଗୁଁ ଭାଙ୍ଗିଲା ବ୍ରିଜ୍

mahabharatanews

ହୀରାକୁଦରୁ ୧ ଲକ୍ଷ ୫୮ ହଜାର ୮୨୫ କ୍ୟୁସେକ ଜଳ ହେଉଛି ନିଷ୍କାସିତ

mahabharatanews

ବରଯାତ୍ରୀ ବସକୁ ୩.୭୦ ଲକ୍ଷ ଫାଇନ୍

mahabharatanews