ଓଡିଶା

ଆଜିଠୁ ରାଜ୍ୟରେ ବର୍ଷା

(ଭୁବନେଶ୍ୱର) : ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ବଙ୍ଗୋପସାଗର ତଥା ସଂଲଗ୍ନ ଆଣ୍ଡାମାନ ଓ ନିକୋବରରେ ସୃଷ୍ଟି ହୋଇଛି। ଏହାସହ ଜଡ଼ିତ ଘୂର୍ଣ୍ଣିବଳୟଟି ବାୟୁମଣ୍ଡଳର ମଧ୍ୟଭାଗ ପର୍ଯ୍ୟନ୍ତ ଲମ୍ବିଛି। ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ବି‌ଶେଷ କରି ଜଗତସିଂହପୁର, ଖୋର୍ଧା, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କୋରାପୁଟ ଆଦି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ସେହିପରି ନବରଙ୍ଗପୁର, ମାଲକାନଗିରି, କେନ୍ଦ୍ରାପଡ଼ା, ଭଦ୍ରକ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି ଓ କଟକ ଜିଲ୍ଲାର କିଛି କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ସୂଚନାନୁଯାୟୀ , ଫଳରେ ୧୬ ଓ ୧୭ ତାରିଖ ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହୁଛି। ୧୬ ତାରିଖ ଦିନ ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଗଞ୍ଜାମ, ଖୋର୍ଧା, ଭଦ୍ରକ, କଟକ, ଯାଜପୁର, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଓ ନୟାଗଡ଼ ଜିଲ୍ଲାର କେତେକାଂଶରେ ମଧ୍ୟ ବର୍ଷା ସମ୍ଭାବନା ରହିଛି। ୧୭ ତାରିଖ ଦିନ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଯାଜପୁର, ଢେଙ୍କାନାଳ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ରହିଛି। ରାଜ୍ୟରେ ଏବେ ହାଲୁକା ଶୀତ ଜାରି ରହିଥିବା ବେଳେ ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ତାପମାତ୍ରା ଏହିଭଳି ରହିବ।

Related posts

୨୯ ତାରିଖରେ ଓଡ଼ିଶାରେ ପହଞ୍ଚିବେ ବିଜେପି ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା

mahabharatanews

ବଦଳିଲା ବିଦ୍ୟାଳୟ ସମୟ 

mahabharatanews

କୌଣସି ସମ୍ପର୍କ ଦୀର୍ଘ ଦିନ ଧରି ରହିବା ପାଇଁ ଶାରୀରିକ ଆକର୍ଷଣ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ

mahabharatanews