ଓଡିଶା

୧୦ ଜିଲ୍ଲାରେ ପବନ ସହ ଝଡ଼ବର୍ଷା

(ଭୁବନେଶ୍ୱର) : କାଳବୈଶାଖୀ ପ୍ରଭାବରେ  ଗୁରୁବାର ଦିନ କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ବର, ଢେଙ୍କାନାଳ, କଟକ, ଖୋର୍ଧା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ୪୦ରୁ ୫୦ କିମି ବେଗରେ ପବନ ବହିବା ସହ ଝଡ଼ବର୍ଷା ହୋଇଯାଇଛି।

ସୂଚନାନୁଯାୟୀ , ଏଥିସହ କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ନୟାଗଡ଼ ଓ କନ୍ଧମାଳ ଜିଲ୍ଲାରେ କାଳବୈଶାଖୀଜନିତ ହାଲୁକା ବର୍ଷା ହୋଇଛି। ଶୁକ୍ରବାର ଦିନ ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। କିନ୍ତୁ ଏହା ଫଳରେ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

Related posts

ମହିଳା କ୍ରିକେଟର ରାଜଶ୍ରୀ ସ୍ୱାଇଁ ନିଖୋଜ

mahabharatanews

ଗତ ୨୪ ଘଣ୍ଟା ମଧ୍ୟରେ ୧୭ ଜଣ ମୁଣ୍ଡ ଗଲା

mahabharatanews

୧୪ରୁ ୧୬ ଭୀଷଣ ବର୍ଷିବ

mahabharatanews