ଓଡିଶା

୨୫ରେ ଆଉ ଏକ ଘୁର୍ଣ୍ଣିବଳୟ

(ଭୁବନେଶ୍ୱର): ଆସନ୍ତା ୨୫ ତାରିଖ ବେଳକୁ ଆଉ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ଆଉ ୨୩ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ସମ୍ଭାବନା ଅଛି।ସେହିପରି ସକ୍ରିୟ ଲଘୁଚାପ ପ୍ରଭାବରେ ବର୍ଷା ଲାଗିରହିଛି ।

 

ସୂଚନାନୁଯାୟୀ,  ଆସନ୍ତାକାଲି ଗଜପତି, ଗଞ୍ଜାମ, ରାୟଗଡ଼ା, ଖୋର୍ଧା, ପୁରୀ, ନୟାଗଡ଼, ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୯ ତାରିଖ ଦିନ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ। ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଣୁ ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Related posts

ଭିକ୍ଷୁକ, ପର୍ଯ୍ୟଟକଙ୍କ ହୋଲି ପାଳନ

mahabharatanews

ସମୂଦ୍ରରେ ପ୍ରଳୟ ରଚୁଛି ବାତ୍ୟା : ଉପକୂଳରେ ବର୍ଷିବ

mahabharatanews

ବିଧାନ ସଭା ଆଗରେ ବିଷ ପିଇଲେ

mahabharatanews