ଓଡିଶା

୨୫ରେ ଆଉ ଏକ ଘୁର୍ଣ୍ଣିବଳୟ

(ଭୁବନେଶ୍ୱର): ଆସନ୍ତା ୨୫ ତାରିଖ ବେଳକୁ ଆଉ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ଆଉ ୨୩ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ସମ୍ଭାବନା ଅଛି।ସେହିପରି ସକ୍ରିୟ ଲଘୁଚାପ ପ୍ରଭାବରେ ବର୍ଷା ଲାଗିରହିଛି ।

 

ସୂଚନାନୁଯାୟୀ,  ଆସନ୍ତାକାଲି ଗଜପତି, ଗଞ୍ଜାମ, ରାୟଗଡ଼ା, ଖୋର୍ଧା, ପୁରୀ, ନୟାଗଡ଼, ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୯ ତାରିଖ ଦିନ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ। ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଣୁ ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Related posts

ରାଜ୍ୟରେ ୪ହଜାର ଉପରକୁ ବାହାରିଲେ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ

mahabharatanews

ଚତୁର୍ଥ ପର୍ଯ୍ୟାୟରେ ମୋଟ ୭୩ ପ୍ରତିଶତ ମତଦାନ

mahabharatanews

ନକ୍ସଲଙ୍କ ଚ୍ୟାଲେଞ୍ଜ: ଠିକାଦାରଙ୍କୁ ହତ୍ୟା, ବାହନ ପୋଡି

mahabharatanews