ଓଡିଶା

ଆସନ୍ତା ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା 

(ଭୁବନେଶ୍ୱର):  ମୌସୁମୀ ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟରେ ୩୦ ତାରିଖ ଆଡ଼କୁ ପୁଣି ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଉଛି। ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜର କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

ସୂଚନାନୁଯାୟୀ , ୩୧ ତାରିଖ ଦିନ ମଧ୍ୟ ରାଜ୍ୟରେ ଭଲ ବର୍ଷା ସମ୍ଭାବନା ରହିଛି।ତେବେ ଆସନ୍ତା ସପ୍ତାହରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ନେଇ ପାଗ ଅନୁକୂଳ ହେବ ପାଣିପାଗ ବିଜ୍ଞାନୀମାନେ ପୂର୍ବାନୁମାନ କରୁଛନ୍ତି। ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, ଢେଙ୍କାନାଳ ଓ ଅନୁଗୁଳ ଆଦି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି ବୋଲି କୁହାଯାଉଛି।

 

 

 

Related posts

ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା, ଓ୍ଵାର୍ଣ୍ଣିଂ ଜାରି

mahabharatanews

ଭଣ୍ଡାରୀପୋଖରୀର ପୂର୍ବତନ ବିଧାୟକ ପୁରୁଷୋତ୍ତମଙ୍କ ପରଲୋକ

mahabharatanews

ଏହି ସ୍ଥାନରୁ ମିଳିଲା ନିଖୋଜ ପର୍ଯ୍ୟଟକଙ୍କ ଶରୀର

mahabharatanews