ଓଡିଶା

 ୩ ଘଣ୍ଟା ମଧ୍ୟରେ ଭୁବନେଶ୍ୱର ଓ କଟକରେ ପ୍ରବଳ ବର୍ଷା ସମ୍ଭାବନା

(ଭୁବନେଶ୍ୱର) :  ସକ୍ରିୟ ଲଘୁଚାପ ପ୍ରଭାବରେ ଗତ କିଛି ଦିନ ହେବ ସାରା ରାଜ୍ୟରେ ବର୍ଷା ଲାଗି ରହିଛି ।  ଏଥି ମଧ୍ୟରେ ଆଜି ଟ୍ୱିନସିଟି ଭୁବନେଶ୍ୱର ଓ କଟକରେ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି । ରାଜଧାନୀ ଭୁବନେଶ୍ୱର ଏବଂ କଟକରେ ଆସନ୍ତା ୩ ଘଣ୍ଟା ମଧ୍ୟରେ ବର୍ଷା ସମ୍ଭାବନା ଥିବା ନେଇ ସତର୍କ କରାଇଛି ପାଣିପାଗ ବିଭାଗ ।

 

ସୂଚନାନୁଯାୟୀ,  ସେହିପରି ଅନ୍ୟ ୭ ଜିଲ୍ଲାରେ ମଧ୍ୟ ଘଡ଼ଘଡ଼ି ବିଜୁଳି ସହ ପ୍ରବଳ ବର୍ଷା ହୋଇପାରେ । ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି । ସେହିପରି ଖୋର୍ଦ୍ଧା, କଟକ, ଗଜପତି, ଗଞ୍ଜାମ, ନୟାଗଡ, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାର କେତେକ ସ୍ଥାନରେ ଆସନ୍ତା ୩ ଘଣ୍ଟା ମଧ୍ୟରେ ବର୍ଷା ସମ୍ଭାବନା ଥିବା ନେଇ ସତର୍କ ସୂଚନା ଦେଇଛି ପାଣିପାଗ ବିଭାଗ । ଏହି ସବୁ ଜିଲ୍ଲାପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ବିଭାଗ । ୨୯ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗର ଓ ପାଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ।

 

Related posts

ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ 

mahabharatanews

ସାମାଜିକ ଦୂରତା ଅବଲମ୍ବନ କରି ଶ୍ରମିକ ଦିବସ ପାଳନ

mahabharatanews

ସିଇଓଙ୍କ ପ୍ରେସମିଟ; ଗଞ୍ଜାମରେ ମୁତୟନ ହେବେ ୨୦ କମ୍ପାନୀ ସିଏପିଏଫ

mahabharatanews