(ଭୁବନେଶ୍ୱର) : ରାଜ୍ୟରେ ଆଗାମୀ ତିନି ଦିନ ପର୍ଯ୍ୟନ୍ତ କିଛି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି । ଏହା ସହିତ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୦ ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି । ଏ ନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ।
ସୂଚନାନୁଯାୟୀ , ମଙ୍ଗଳବାର ଅପରାହ୍ନ ସୁଦ୍ଧା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି । ଏହି ସମସ୍ତ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ମୌସୁମୀ ନିମ୍ନ ଚାପ-ରେଖା ଆଜି (ସୋମବାର) ତାର ସାଧାରଣ ଅବସ୍ଥାନ ଠାରୁ ଉତ୍ତରରେ ପଞ୍ଜାବର ଅମୃତସର ଠାରୁ ବାହାରି କର୍ଣ୍ଣଲ, ବରେଲୀ, ଗୋରଖପୁର, ଭାଗଲପୁର ମଧ୍ୟ ଦେଇ ପଶ୍ଚିମବଙ୍ଗର ମାଲଦାରୁ ପୂର୍ବ ଦିଗରେ ମଣିପୁର ଯାଏଁ ଲମ୍ବିଛି ।