(ଭୁବନେଶ୍ୱର) : ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ପ୍ରବଳ ବର୍ଷା ନେଇ ୧୮ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଲଘୁଚାପର ପ୍ରଭାବ ଉପକୂଳ ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ପଡିବ । ଫଳରେ ନଦୀ ଗୁଡିକ ପୁଣି ଫୁଲିବ ବୋଲି ସୂଚନା ଦେଇଛି ପାଣିପାଗ କେନ୍ଦ୍ର । ଆସନ୍ତାକାଲି ବର୍ଷାର ପରିମାଣ ସାମାନ୍ୟ କମିବ । ଅଧିକାଂଶ ସ୍ଥାନରେସାମାନ୍ୟ ବର୍ଷାର ସମ୍ଭାବନା ଥିବା ବେଳେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ସୂଚନାନୁଯାୟୀ , ରାଜ୍ୟରେ ଗତ ଦୁଇ ଦିନ ଧରି ରାଜ୍ୟରେ ଲାଗି ରହିଛି ବର୍ଷା । ପଶ୍ଚିମ ଓଡ଼ିଶାର କେତେକ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହ ପ୍ରଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂଜାରି ହୋଇଛି । ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ସୁବର୍ଣ୍ଣପୁର, ଅନୁଗୁଳ, କେନ୍ଦୁଝର ଏବଂ ମୟୂରଭଂଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।