ଓଡିଶା

୨୫ରେ ବଢିବ ବର୍ଷାର ପରିମାଣ 

(ଭୁବନେଶ୍ୱର) : ଦଶହରାରେ ଉପକୂଳ ଓଡ଼ିଶାରେ ହୋଇପାରେ ବର୍ଷା। ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ୨୫ ତାରିଖ ବେଳକୁ ବର୍ଷାର ପରିମାଣ ବଢିବ ।

 ପାଣିପାଗ ବିଭାଗ ପକ୍ଷରୁ ଟ୍ୱିଟ କରି କୁହାଯାଇଛି ଯେ ୨୧ରେ ଲଘୁଚାପ ସମ୍ଭାବନା ଥିବାବେଳେ ୨୩ରେ ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ଗତକାଲିର ଘୂର୍ଣ୍ଣିବଳୟ ଦକ୍ଷିଣପୂର୍ବ ବଙ୍ଗୋପସାଗର ସମୁଦ୍ର ମଧ୍ୟସ୍ଥ ବାୟୁମଣ୍ଡଳର ତଳଭାଗରେ ସକ୍ରିୟ ରହିଛି , ଏହା ଉତ୍ତର-ପଶ୍ଚିମ ଦିଗରେ ଗତିକରିବା ସହ ୨୧ ତାରିଖ ସକାଳ ବେଳକୁ ଏହା ପ୍ରଭାବରେ ବଙ୍ଗୋପସାଗରର ମଧ୍ୟଭାଗରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ପରବର୍ତ୍ତୀ ସମୟରେ ଏହା ଆହୁରି ଘନୀଭୂତ ହୋଇ ୨୩ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାତର ରୂପ ନେବାର ସମ୍ଭାବନା ରହିଛି ।

Related posts

ଚନ୍ଦକା ଥାନାକୁ ବଦଳିଲେ ଟ୍ରାଫିକ ଥାନା ଅଧିକାରୀ

mahabharatanews

କରୋନାରେ ରାଜ୍ୟର ପ୍ରଥମ ସାମ୍ବାଦିକଙ୍କ ମୃତ୍ୟୁ

mahabharatanews

ସଞ୍ଜୟ ଦାସବର୍ମା ହେଲେ ଯୋଜନା ବୋର୍ଡ ଉପାଧ୍ୟକ୍ଷ

mahabharatanews