ଓଡିଶା

ଆଗାମୀ ୫ ଦିନ ରାଜ୍ୟରେ କାଳବୈଶାଖୀ ପ୍ରଭାବ

(ଭୁବନେଶ୍ୱର) : ଆଗାମୀ ୫ ଦିନ ରାଜ୍ୟରେ ରହିବ କାଳବୈଶାଖୀର ପ୍ରଭାବ । ୨୨, ୨୩ ଓ ୨୪ ତାରିଖରେ ରାଜ୍ୟର କିଛି ସ୍ଥାନରେ ବଜ୍ରପାତ ସହ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । କାଳବୈଶାଖୀ ପ୍ରଭାବରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ଆଶଙ୍କା ରହିଛି । କିଛି ସ୍ଥାନରେ ୪୦ରୁ ୫୦ କିଲୋମିଟର ବେଗରେ ମଧ୍ୟ ପବନ ବହିପାରେ ।

ସୂଚନାନୁଯାୟୀ , ୨୨ ତରିଖରେ ଏକ ଲଘୁଚାପ ସୃଷ୍ଟି ହେବା ନେଇ ମଧ୍ୟ ଆକଳନ କରିଛି ପାଣିପାଗ କେନ୍ଦ୍ର । ୪୮ ଘଣ୍ଟା ମଧ୍ୟରେ ଏହା ଅଧିକ ଘନିଭୂତ ହେବା ସହ ୨୪ ତାରିଖରେ ଅବପାତର ରୂପ ନେଇପାରେ । ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଅନ୍ୟପଟେ ପାଣିପାଗ ବିଭାଗ କହିଛି କି ଚଳିତ ବର୍ଷ ଦେଶରେ ସାମାନ୍ୟରୁ ଅଧିକ ବର୍ଷା ହୋଇପାରେ ।

Related posts

ଓଡ଼ିଶାରେ ଗଡ଼ିବ ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ

mahabharatanews

କାରରୁ ଗଞ୍ଜେଇ ଜବତ, ୩ ଗିରଫ

mahabharatanews

ଚିଲିକାରେ ନୂଆକରି ଖୋଲିଥିବା ପ୍ରାକୃତିକ ଲୁଣାପାଣି ମୁହାଣ ଆଜି ଭୟଙ୍କର ବାତାବରଣ ସୃଷ୍ଟି କରିଛି

mahabharatanews