(ଭୁବନେଶ୍ୱର) : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ତେବେ ସାମାନ୍ୟ ଉତ୍ତର-ପୂର୍ବ ଦିଗରେ ଗତିକରି ପଶ୍ଚିମ-କେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି ।
ସୂଚନାନୁଯାୟୀ , ଏହା ଉତ୍ତର-ପୂର୍ବ ଦିଗରେ ଗତି କରିବା ସହ ଘନୀଭୂତ ହୋଇ ୨୪ ତାରିଖ ସକାଳ ସୁଦ୍ଧା କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ନିଜର ଗତି ଦିଗ ବଜାୟ ରଖିବା ସହ ଏହା ଆହୁରି ଘନୀଭୂତ ହୋଇ ୨୫ ତାରିଖ ସନ୍ଧ୍ୟା ସୁଦ୍ଧା ଉତ୍ତର-ପୂର୍ବ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ପାଖାପାଖି ଅଞ୍ଚଳରେ ପହଞ୍ଚିବାର ସମ୍ଭାବନା ରହିଛି । ୨୫ ତାରିଖ ସୁଦ୍ଧା ବାତ୍ୟା ଓ ୨୬ ତାରିଖ ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟା ଭାବେ ବାଂଲାଦେଶ ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ପଖାପାଖି ସମୁଦ୍ର ମଧ୍ୟରେ ପହଞ୍ଚିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।