ଓଡିଶା

୨୨ରୁ ମଧ୍ୟମ ଧରଣର ବର୍ଷା, ସମୁଦ୍ର ଅଶାନ୍ତ 

(ଭୁବନେଶ୍ୱର) : ଆଜି ସକାଳେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଫଳରେ ସଂପୃକ୍ତ ଲଘୁଚାପଟି ୨୨ ତାରିଖ ବେଳକୁ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗରରେ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି।  ୨୨ରୁ ୨୪ ସମୁଦ୍ର ଅଶାନ୍ତ ରହିବ ବୋଲି ଭାରତୀୟ ପାଣିିପାଗ ବିଭାଗ ପକ୍ଷରୁ ଆଜି ଅପରାହ୍ନରେ ଜାରି ଏକ ବୁଲେଟିନ୍‌ରେ କୁହାଯାଇିଛିି।

ସୂଚନାନୁଯାୟୀ , ଅକ୍ଟୋବର ୨୩ ଓ ୨୪ ତାରିଖରେ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା ବେଳେ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ ମାଲକାନଗିରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ଅକ୍ଟୋବର ୨୪ ଓ ୨୫ ତାରିଖରେ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ଓ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ ଜିଲ୍ଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

Related posts

ନ୍ୟାୟରୁ ବଞ୍ଚିତ ଦମ୍ପତିଙ୍କ ବିଧାନସଭା ଆଗରେ ଆତ୍ମାହୁତି ଉଦ୍ୟମ

mahabharatanews

ଗତ ଜୁନରୁ ନଭେମ୍ବର ଭିତରେ ଘଟିଥିବା ଅପରାଧର ତଥ୍ୟ ରଖିଲେ ମୁଖ୍ୟମନ୍ତ୍ରୀ

mahabharatanews

ଆଜି ୨୪ଘଣ୍ଟିଆ କେନ୍ଦୁଝର ବନ୍ଦ 

mahabharatanews

Leave a Comment