ଓଡିଶା

୨୨ରୁ ମଧ୍ୟମ ଧରଣର ବର୍ଷା, ସମୁଦ୍ର ଅଶାନ୍ତ 

(ଭୁବନେଶ୍ୱର) : ଆଜି ସକାଳେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଫଳରେ ସଂପୃକ୍ତ ଲଘୁଚାପଟି ୨୨ ତାରିଖ ବେଳକୁ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗରରେ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି।  ୨୨ରୁ ୨୪ ସମୁଦ୍ର ଅଶାନ୍ତ ରହିବ ବୋଲି ଭାରତୀୟ ପାଣିିପାଗ ବିଭାଗ ପକ୍ଷରୁ ଆଜି ଅପରାହ୍ନରେ ଜାରି ଏକ ବୁଲେଟିନ୍‌ରେ କୁହାଯାଇିଛିି।

ସୂଚନାନୁଯାୟୀ , ଅକ୍ଟୋବର ୨୩ ଓ ୨୪ ତାରିଖରେ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା ବେଳେ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ ମାଲକାନଗିରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ଅକ୍ଟୋବର ୨୪ ଓ ୨୫ ତାରିଖରେ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ଓ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ ଜିଲ୍ଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

Related posts

ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ବସିଲା ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ

mahabharatanews

ଆଜି ବି ସୁନା ଦୋକାନରେ ପ୍ରବଳ ଭିଡ଼ 

mahabharatanews

୬୦ କୁଇଣ୍ଟାଲ ଗୋମାଂସ ଜବତ ,ଗାଡ଼ି ଡ୍ରାଇଭର ଫେରାର

mahabharatanews