ଓଡିଶାପାଣିପାଗ

ତାତିରୁ ମିଳିବ ତ୍ରାହି, ୨୬ରୁ ରାଜ୍ୟରେ ବଢ଼ିବ ବର୍ଷା

ଭୁବନେଶ୍ୱର: ତାତିରୁ ମିଳିବ ଆଶ୍ୱସ୍ତି । ବଙ୍ଗୋପସାଗରରେ ୨୬ ତାରିଖ ବେଳକୁ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ରାଜ୍ୟରେ ୨୬ ତାରିଖରୁ ବଢ଼ିବ ବର୍ଷା । ଏନେଇ ସୂଚନା ଦେଇଛନ୍ତି ପାଣିପାଗ ବିଭାଗର ନିର୍ଦ୍ଦେଶିକା ମନୋରମା ମହାନ୍ତି । କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କରାଯାଇଛି ।
ଆଗାମୀ ୫ ଦିନ ହାଲୁକା ବର୍ଷା ହେବ । ୨୬ ତାରିଖ ବେଳକୁ ବଢ଼ିବ ବର୍ଷାର ବିସ୍ତୃତି । ୨୬ରୁ ୨୮ କିଛି ସ୍ଥାନରେ ପ୍ରବଳ ବର୍ଷା ସହ ସାରା ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହୋଇପାରେ । ଆସନ୍ତା ୩ ଦିନ ଉପକୂଳ, ଦକ୍ଷିଣ ଆଭ୍ୟନ୍ତରୀଣ, ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ବିଜୁଳି ଘଡ଼ଘଡ଼ି ସହିତ ୩୦ରୁ ୪୦ କିମି ବେଗରେ ପବନ ବହିପାରେ । ଏନେଇ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି ।

Related posts

ଡବଲ ଇଞ୍ଜିନ୍ ଡବଲ ନୈରାଶ୍ୟ: ନବୀନ

mahabharatanews

କନେଷ୍ଟବଳଙ୍କୁ ତୀର ମାରି ହତ୍ୟା କଲେ ମାଓବାଦୀ

mahabharatanews

ନୀତି ଆୟୋଗ ବୈଠକରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

mahabharatanews