(ଭୁବନେଶ୍ୱର) : ରାଜ୍ୟର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି । ରାଜ୍ୟରେ ଏବେ ୧୫ ତାରିଖ ଯାଏ ବର୍ଷା ଲାଗି ରହିବାର ସମ୍ଭାବନା ରହିଥିବା ବେଳେ ଜୁଲାଇ ତୃତୀୟ ଓ ଚତୁର୍ଥ ସପ୍ତାହରେ ବଙ୍ଗୋପସାଗରରେ ଦୁଇଟି ଲଘୁଚାପ ସୃଷ୍ଟି ହୋଇପାରେ।
ସୂଚନାନୁଯାୟୀ , ୧୩ ତାରିଖରେ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କଟକ, ଜଗତସିଂହପୁର, ପୁରୀ ଓ ଖୋର୍ଧା ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ୧୪ ଓ ୧୫ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ୧୪ ତାରିଖ ଦିନ ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ୧୫ ତାରିଖ ଦିନ ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗୀର, କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।