(ଭୁବନେଶ୍ୱର) : ଆସନ୍ତା ୨ ଦିନ ମଧ୍ୟ ରାଜ୍ୟରେ ବର୍ଷା ଜାରି ରହିବ। ୩୧ରୁ ୨ ତାରିଖ ଯାଏ ରାଜ୍ୟରେ ବର୍ଷାର ବିସ୍ତୃତି ଓ ପରିମାଣ ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଆସନ୍ତା ୩୧ ତାରିଖ ଦିନ ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, ବଲାଙ୍ଗୀର ଓ କନ୍ଧମାଳ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏଣୁ ଏହିସବୁ ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।
ପାଣିପାଗ କେନ୍ଦ୍ରର ସୂଚନା ମୁତାବକ , ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଖୋର୍ଧା, ପୁରୀ, ଗଞ୍ଜାମ, ନୟାଗଡ଼ ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହୁଛି। ଏହିସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୧ ତାରିଖ ଦିନ ମଧ୍ୟ ବରଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ଦେବଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷିବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏଥିସହ ଉପକୂଳ ଓ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷାର ସମ୍ଭାବନା ରହୁଥିବାରୁ ୟେଲୋ ୱାଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।
