ଓଡିଶା

୨୧ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟର କିଛି ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି । ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନାଗିରି ଓ କୋରପୁଟ ପ୍ରଭୃତି ୨୧ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାଗୁଡ଼ିକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହିପରିି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱର ଓ କଟକ ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ମଧ୍ୟାହ୍ନ ପରେ ଆକାଶ ଆଶିଂକ ମେଘୁଆ ରହିବା ସହ ଅପରାହ୍ନରୁ ସନ୍ଧ୍ୟା ମଧ୍ୟରେ ହାଲୁକା ବର୍ଷା ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି କୁହାଯାଇଛି।

Related posts

ନଭେମ୍ବର ୧୬ରେ ପ୍ରାଥମିକ ଭୋଟର ତାଲିକା ପ୍ରକାଶ ପାଇବ

mahabharatanews

ବରଗଡ଼ ଗସ୍ତରେ ୫-ଟି ସଚିବ

mahabharatanews

ବିଦ୍ୟା ପବ୍ଲିକ୍ ସ୍କୁଲର ୧୨ତମ ବାର୍ଷିକ ଉତ୍ସବ ପାଳନ

mahabharatanews