ଓଡିଶା

ପ୍ରବଳ ବର୍ଷା ନେଇ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

(ଭୁବନେଶ୍ୱର) : ୨୫ ଓ ୨୬ ତାରିଖ ଉତ୍ତର ଓଡ଼ିଶା, ଦକ୍ଷିଣ ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସେହିଭଳି ୨୬ ଓ ୨୭ର କିଛି ଜିଲ୍ଲାରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛନ୍ତି ।

ସୂଚନାନୁଯାୟୀ , ୨୫ରେ ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୬ରେ ଉପକୂଳ ଓଡ଼ିଶା ସମେତ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ ଓ କନ୍ଧମାଳ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ।

 

Related posts

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ କୁଶପୁତଳିକା ଦାହ

mahabharatanews

ଜାତୀୟ ରାଜପଥ ପାଇଁ ୧୫୩୯ କୋଟି ଟଙ୍କା…

mahabharatanews

ଅମ୍ଫାନ ସାଇକ୍ଲୋନ ପ୍ରଭାବରେ ଢେଙ୍କାନାଳ ଜିଲ୍ଲାର ଜାରି ରହିଛି ବର୍ଷା

mahabharatanews