ଓଡିଶା

ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା

(ଭୁବନେଶ୍ୱର) : ରଜରେ ଏବେ ଖରା ଓ ଗରମ ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି । ଅନେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବ । କେତେକ ଜାଗାରେ ଦିନ ତାପମାତ୍ରା ବର୍ତ୍ତମାନ ତୁଳନାରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ଖସିପାରେ । ଆସନ୍ତାକାଲି ଉପକୂଳ ଓଡ଼ିଶା ସହ ଉତ୍ତର ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ଜାଗାରେ ବର୍ଷା, ପବନ, ଘଡ଼ଘଡ଼ି ଆଶଙ୍କା ରହିଛି । କେତେକ ଜାଗାରେ ଧୂଳିଝଡ଼, ବଜ୍ରପାତ ସହ ୪୦-୫୦ କିମି ବେଗରେ ପବନ ଆଶଙ୍କା ଅଛି । ଏହାବାଦ୍‌ ମାଲକାନଗିରି, ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, କଟକ, ଅନୁଗୁଳ, ନୟାଗଡ଼ରେ ସ୍ଥାନେ ସ୍ଥାନେ ଘଡ଼ଘଡ଼ି ସହ ପବନ ହୋଇପାରେ । ଶନିବାର କାଳବୈଶାଖୀ ପ୍ରକୋପ ଜାରି ରହିବ ।

Related posts

ସଂଜୀବନୀ ସାଜିଲା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ

mahabharatanews

 ଶେଷ ଦିନରେ କଟକ ଐତିହାସିକ ବାଲିଯାତ୍ରା 

mahabharatanews

ସମ୍ମାନ: ଗଲୱାନ ଘାଟି ସହିଦଙ୍କ ନାମ ଜାତୀୟ ଯୁଦ୍ଧ ସ୍ମାରକରେ ଉଲ୍ଲେଖ ହେବ

mahabharatanews