ଓଡିଶା

ଫେବୃଆରୀରେ ରାଜ୍ୟସଭା ନିର୍ବାଚନ

(ଭୁବନେଶ୍ୱର) : ଓଡ଼ିଶାର ଖାଲି ପଡୁଥିବା ୩ ଆସନ ପାଇଁ ଫେବ୍ରୁଆରି ୨୭ରେ ହେବ ରାଜ୍ୟସଭା ନିର୍ବାଚନ। ଏହି ଦିନ ଦେଶର ୫୬ଟି ଆସନ ପାଇଁ ରାଜ୍ୟସଭା ନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ନିର୍ବାଚନ କମିଶନ ଘୋଷଣା କରିଛନ୍ତି।

ସୂଚନାନୁଯାୟୀ , ଫେବ୍ରୁଆରି ୮ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ। ଫେବ୍ରୁଆରି ୧୫ ହେଉଛି ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ। ଏଣେ ଫେବ୍ରୁଆରି ୧୬ରେ ପ୍ରାର୍ଥୀପତ୍ର ଯାଞ୍ଚ ଓ ୨୦ ତାରିଖ ସୁଦ୍ଧା ନାମାଙ୍କନ ପ୍ରତ୍ୟାହାର କରାଯାଇପାରିବ ବୋଲି ନିର୍ବାଚନ କମିଶନଙ୍କ ପକ୍ଷରୁ ସୂଚନା ଦିଆଯାଇଛି। କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ପ୍ରଶାନ୍ତ ନନ୍ଦ ଓ ଅମର ପଟ୍ଟନାୟକଙ୍କ କାର୍ଯ୍ୟକାଳ ଏପ୍ରିଲ ୩ରେ ସରିବ। ଏହାପୂର୍ବରୁ ଏହି ଆସନ ଲାଗି ନିର୍ବାଚନ ଅନୁଷ୍ଠିତ ହେବ।

Related posts

୧୫ରୁ ସିବିଏସଇ ୧୦ମ ଓ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା

mahabharatanews

ମାଓବାଦୀଙ୍କ ସହ ଲଢ଼ି ୨ ଯବାନ ସହିଦ

mahabharatanews

ବିଜେଡି ନେତାଙ୍କ ସନ୍ଦେହହଜନକ ମୃତ୍ୟୁ : ମୃତ୍ୟୁ ପୂର୍ବରୁ ଫେସ୍‌ବୁକ୍‌ରେ କରିଥିଲେ ଏମିତି ପୋଷ୍ଟ୍‌…

mahabharatanews