ଓଡିଶା

ଫେବୃଆରୀରେ ରାଜ୍ୟସଭା ନିର୍ବାଚନ

(ଭୁବନେଶ୍ୱର) : ଓଡ଼ିଶାର ଖାଲି ପଡୁଥିବା ୩ ଆସନ ପାଇଁ ଫେବ୍ରୁଆରି ୨୭ରେ ହେବ ରାଜ୍ୟସଭା ନିର୍ବାଚନ। ଏହି ଦିନ ଦେଶର ୫୬ଟି ଆସନ ପାଇଁ ରାଜ୍ୟସଭା ନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ନିର୍ବାଚନ କମିଶନ ଘୋଷଣା କରିଛନ୍ତି।

ସୂଚନାନୁଯାୟୀ , ଫେବ୍ରୁଆରି ୮ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ। ଫେବ୍ରୁଆରି ୧୫ ହେଉଛି ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ। ଏଣେ ଫେବ୍ରୁଆରି ୧୬ରେ ପ୍ରାର୍ଥୀପତ୍ର ଯାଞ୍ଚ ଓ ୨୦ ତାରିଖ ସୁଦ୍ଧା ନାମାଙ୍କନ ପ୍ରତ୍ୟାହାର କରାଯାଇପାରିବ ବୋଲି ନିର୍ବାଚନ କମିଶନଙ୍କ ପକ୍ଷରୁ ସୂଚନା ଦିଆଯାଇଛି। କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ପ୍ରଶାନ୍ତ ନନ୍ଦ ଓ ଅମର ପଟ୍ଟନାୟକଙ୍କ କାର୍ଯ୍ୟକାଳ ଏପ୍ରିଲ ୩ରେ ସରିବ। ଏହାପୂର୍ବରୁ ଏହି ଆସନ ଲାଗି ନିର୍ବାଚନ ଅନୁଷ୍ଠିତ ହେବ।

Related posts

ଆଜି ବିଜେଡି ସୁପ୍ରିମୋଙ୍କ ପ୍ରଚାରରେ କମ୍ପିବ ମୟୂରଭଞ୍ଜ

mahabharatanews

ବିଦ୍ୟୁତ ଖୁଣ୍ଟରେ ଚଢି ପ୍ରାଣ ହାରିଲେ ଯୁବକ, କାରଣ ଅସ୍ପଷ୍ଟ

mahabharatanews

ଆଜି ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

mahabharatanews