ଓଡିଶା

କୃଷକ ନେତା ରାକେଶ ଟିକାୟତଙ୍କ ଯାଜପୁରରେ ଚାଷୀ ସମାବେଶ

ଭୁବନେଶ୍ୱର/ ରାଜେଶ ସାହୁ: ଓଡିଶାରେ ଚାଷୀ ନେତା ରାକେଶ ଟିକୟତ । ଦିଲ୍ଲୀରୁ ଓଡ଼ିଶା ଭାୟା ବେଙ୍ଗାଲ । ପଶ୍ଚିମବଙ୍ଗରେ ବିଜେପି ବିରୋଧରେ ପ୍ରଚାର ପରେ ଏବେ ଓଡ଼ିଶାରେ ପହଞ୍ଚିଛନ୍ତି ଟିକାୟତ । ଆଜି ଭୁବନେଶ୍ୱର ବିମାନବନ୍ଦରେ ରାକେଶ ଟିକାୟତ ପହଞ୍ଚିଥିବା ବେଳେ ତାଙ୍କୁ ବିଭିନ୍ନ ଚାଷୀ ସଂଗଠନ ପକ୍ଷରୁ ସ୍ୱାଗତ କରାଯାଇଛି । ହରିୟାଣା, ପଞ୍ଜାବ, ଉତ୍ତରପ୍ରଦେଶ ଭଳି ଚାଷୀ ବହୁଳ ରାଜ୍ୟ ସହ ନିର୍ବାଚନ ହେଉଥିବା ପଶ୍ଚିମବଙ୍ଗ ପରେ ଏବେ ଓଡ଼ିଶାରେ ହେବ ଚାଷୀଙ୍କ ମହାପଞ୍ଚାୟତ । କେନ୍ଦ୍ରର ନୂଆ କୃଷି ଆଇନକୁ ବିରୋଧ କରି ଆସନ୍ତାକାଲି ମହାପଞ୍ଚାୟତର ଆୟୋଜନ କରିଛି ନବ ନିର୍ମାଣ କୃଷକ ସଂଗଠନ ।
ଯାଜପୁର ଜିଲ୍ଲା ଚଣ୍ଡିଖୋଲ ନିକଟ ସୁଙ୍ଗୁଡ଼ା ଖେଳ ପଡ଼ିଆରେ କୃଷକଙ୍କ ମହାପଞ୍ଚାୟତରେ ଯୋଗଦେବେ । ଦିଲ୍ଲୀ ସୀମାରେ ଚାଷୀ ଆନ୍ଦୋଳନକୁ ୧୦୦ ଦିନରୁ ଅଧିକ ଦିନ ବିତି ଯାଇଥିଲେ ସୁଦ୍ଧା କୈାଣସି ସମାଧାନର ବାଟ ବାହାରିନି । କେନ୍ଦ୍ର କୃଷି ବିଲ୍ ପ୍ରତ୍ୟାହାର ଜରୁରୀ ବୋଲି କହିଛି ନବ ନିର୍ମାଣ କୃଷକ ସଙ୍ଗଠନ । ଶୁକ୍ରବାର ହେବାକୁ ଥିବା ମହାପଞ୍ଚାୟତରେ କୃଷକ ନେତା ରାକେଶ ଟିକାୟତଙ୍କ ସମେତ ବହୁ ଚାଷୀ ନେତା ସାମିଲ ହେବେ ।

 

Related posts

ଦେଶରେ ସର୍ବଶ୍ରେଷ୍ଠ ଆଇଟିଆଇ ମଧ୍ୟରେ ଓଡ଼ିଶାର ୬

mahabharatanews

୨୩ ତାରିଖରେ ଟୀକା ନେଇଥିବା କ୍ୟୁରିଟି ଗାର୍ଡଙ୍କ ମୃତ୍ୟୁ

mahabharatanews

ସୁରକ୍ଷା ବ୍ୟବସ୍ଥାକୁ ମନା କଲେ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି

mahabharatanews

Leave a Comment