ଓଡିଶା

ଗୁରୁବାର ଶ୍ରୀମନ୍ଦିରରେ ପାଳିତ ହେବ ରକ୍ଷାବନ୍ଧନ ଉତ୍ସବ

(ପୁରୀ) : ଆସୁଛି ରାକ୍ଷୀ ପୂର୍ଣ୍ଣିମା । ପବିତ୍ର ଗହ୍ମାପୂର୍ଣ୍ଣିମାରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ବଡ଼ଠାକୁର ଶ୍ରୀବଳଭଦ୍ର ବି ସାନ ଭଉଣୀ ହାତରୁ ରାକ୍ଷୀ ବାନ୍ଧିବେ । କିନ୍ତୁ ବୁଧୁବାର ନୁହେଁ ଆସନ୍ତା ଗୁରୁବାର ଶ୍ରୀମନ୍ଦିରରେ ପାଳିତ ହେବ ରକ୍ଷାବନ୍ଧନ ଉତ୍ସବ ଓ ବଳଭଦ୍ର ଜନ୍ମ ।  ଆଉ ଏଥିପାଇଁ ପ୍ରସ୍ତୁତି ଜୋରସୋରରେ ଆଗେଇ ଚାଲିଛି । ଶ୍ରୀଜଗନ୍ନାଥଙ୍କ ପାଇଁ ଦୁଇଟି ଓ ବଳଭଦ୍ରଙ୍କର ଦୁଇଟି, ଏପରି ପାଇଁ ୪ଟି ରାଖୀ ପ୍ରସ୍ତୁତ ଚାଲିଛି ।

ସୂଚନାନୁଯାୟୀ ,  ନାଲି ଓ ହଳଦିଆ ରଙ୍ଗରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାଇଁ ଓ ସବୁଜ ଓ ବାଇଗଣି ରଙ୍ଗରେ ବଡ଼ଠାକୁରଙ୍କ ପାଇଁ ରାଖୀ ପ୍ରସ୍ତୁତ ହେଉଛି । ସେହିଭଳି ଦୁଇ ଠାକୁରଙ୍କ ପାଇଁ ଦୁଇଟି ଲେଖାଏଁ ଚାରିଟି ଗୁଆମାଳ ବି ପ୍ରସ୍ତୁତ ଚାଲିଛି । ଶ୍ରୀମନ୍ଦିରରେ ବର୍ଷ ତମାମ ପାଳିତ ପର୍ବ ମଧ୍ୟରୁ ରକ୍ଷା ବନ୍ଧନର ବିଶେଷ ମହତ୍ବ ରହିଛି । ଗହ୍ମାପୂର୍ଣ୍ଣମୀ ଓ ବଳଭଦ୍ର ଜନ୍ମୋତ୍ସବ ପାଇଁ ଏହି ଦିନ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହୋଇଥାଏ ।

Related posts

ଗରିବ ଲୋକଙ୍କ କଲ୍ୟାଣ ମୋ ସରକାରର ସବୁଠାରୁ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ର: ମୁଖ୍ୟମନ୍ତ୍ରୀ

mahabharatanews

ଆଜି ସୁଦ୍ଧା ୫୮,୨୪୯ ଚାଷୀଙ୍କଠାରୁ ୩୯୬୫୪୬୫ କ୍ୱିଣ୍ଟାଲ ଧାନ ସଂଗ୍ରହ

mahabharatanews

୮ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

mahabharatanews