ଓଡିଶା

 ଗଡ଼ିଲା ଅଧାବାଟରେ ଅଟକି ଥିବା ରଥ

(ପୁରୀ) : ପୁଣି ଆରମ୍ଭ ହେଲା ରଥଟଣା । ଅଧା ବାଟରେ ଅଟକିଥିବା ନନ୍ଦିଘୋଷ ଓ ଦର୍ପଦଳନକୁ ପୁଣି ମାଉସୀ ମା ଘର ଆଡ଼କୁ ଟାଣି ନେଉଛନ୍ତି ଶ୍ରଦ୍ଧାଳୁ । ଗତକାଲି କେବଳ ବଳଭଦ୍ରଙ୍କର ତାଳଧ୍ୱଜ ରଥ ଶରଧାବାଲିରେ ଲାଗିଥିଲା । ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥ ବଡ଼ଶଙ୍ଖ ଠାରେ ଅଟକି ଥିବା ବେଳେ ଆଜି ପୁଣି ଥରେ ଆରମ୍ଭ ହୋଇଛି ରଥଟଣା ।

ସୂଚନାନୁଯାୟୀ ,  ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ମାଉସୀ ମା ଛକରେ ଅଟକି ରହିଥିଲା  ଆଜି ତିନି ରଥ ଶରଧାବାଲିରେ ଲାଗିବା ପରେ ଭକ୍ତମାନେ ରଥଉପରେ ହିଁ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରିପାରିବେ । ଆସନ୍ତା କାଲି ଆଡ଼ପ ମଣ୍ଡପ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି । ଶୁକ୍ରାବର ଦିନ ଗୁଣ୍ଡିଚା ମନ୍ଦିରରେ ଭକ୍ତମାନେ ଆଡ଼ପ ଅବଢ଼ା ପାଇବେ । ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ପୁରୀରେ ଲାଗିଛି ଭକ୍ତଙ୍କ ଭିଡ଼ ।

Related posts

ସୁବର୍ଣ୍ଣପୁର: ସିଏଏ ସମର୍ଥନରେ ଶାନ୍ତିପୂର୍ଣ୍ଣ ଶୋଭାଯାତ୍ରା

mahabharatanews

ରାଜ୍ୟରେ ହଜାରେ ଉପରେ ଦୈନିକ କରୋନା ସଂକ୍ରମଣ: ଖୋର୍ଦ୍ଧାକୁ ଟପିଲା ସୁନ୍ଦରଗଡ଼ରେ କରୋନା ସଂକ୍ରମିତଙ୍କ ସଂଖ୍ୟା

mahabharatanews

ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇଛି ;  ୬୫୩ କରୋନା ଆକ୍ରାନ୍ତ  ଚିହ୍ନଟ

mahabharatanews