(ପୁରୀ) : ବିଶ୍ୱପ୍ରସିଦ୍ଧ ରଥଯାତ୍ରାକୁ ଆଉ ମାତ୍ର କେଇଟା ଦିନ ରହିଲା । ଏଥି ପାଇଁ ଚାଲିଛି ଜୋରଦାର ପ୍ରସ୍ତୁତି । ଏଥିରେ ଶୃଙ୍ଖଳିତ ନୀତି, ଜନଗହଳି ନିୟନ୍ତ୍ରଣ, ବିଭିନ୍ନ ବିଭାଗର ସେବା, ସ୍ୱାସ୍ଥ୍ୟ, ରଥ ନିର୍ମାଣ ଭଳି ୨୧ ପ୍ରସଙ୍ଗ ଉପରେ ଆଲୋଚନା ହୋଇଛି । ରଥଯାତ୍ରା ପାଇଁ ଦ୍ୱିତୀୟ ସମନ୍ୱୟ ବୈଠକ ଏହା ସହିତ ରଥଯାତ୍ରା ସମୟରେ ଭକ୍ତଙ୍କ ସମାଗମ ପାଇଁ ପୁରୀକୁ ୨୧୦ ସ୍ଵତନ୍ତ୍ର ଟ୍ରେନ୍ ଚଳାଚଳ କରିବ । ଗୁଜରାଟର ଅହମଦାବାଦରୁ ୩୦୦୦ ମିଟର ରଥ କନା ଆସିଛି ୨୦୦ କେଜି ଝୁଣା ମହଜୁଦ୍ ଅଛି ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି ।
ସୂଚନାନୁଯାୟୀ , ନିରବଚ୍ଛିନ୍ନ ବିଦ୍ୟୁତ୍ ଓ ପାନୀୟ ଜଳ ଯୋଗାଣ ଉପରେ ବିଶେଷ ଗୁରୁତ୍ଵ ଦିଆଯାଇଛି । ରଥଯାତ୍ରା ସମୟରେ ଶ୍ରୀମନ୍ଦିର ଭିତରେ ଓ ବାହାରେ, ରଥ କର୍ଡନ, ଭିଡ଼ ନିୟନ୍ତ୍ରଣ, ଟ୍ରାଫିକ ସୁପରିଚାଳନା, ଭିଭିଆଇପିଙ୍କ ସୁରକ୍ଷା ସହ ସମନ୍ୱିତ ପୋଲିସ କଣ୍ଟ୍ରୋଲ ରୁମ୍ କାର୍ଯ୍ୟ କରିବ ବୋଲି କହିଛନ୍ତି ଅତିରିକ୍ତ ଡିଜି ।