(ପୁରୀ) : ବିଳମ୍ୱରେ ସରିଲା ଶ୍ରୀଜୀଉଙ୍କର ସ୍ନାନ । ମଣ୍ଡପରେ ସୁନା କୂଅର ୧୦୮ ଗରା ସୁବାସିତ ଜଳରେ ସ୍ନାନପରେ ଅଣସର ଘର ଅଣସର ପିଣ୍ଡିରେ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଗରମରୁ ତ୍ରାହି ପାଇବା ପାଇଁ ପ୍ରଭୁଙ୍କ ଲୀଳା ଅପୂର୍ବ । ଅଣସର ଘରେ ଅସୁସ୍ଥ ଶ୍ରୀଜିଉଙ୍କ ବିଜେ ପରେ ଶ୍ରୀମନ୍ଦିରରେ ଆଜିଠୁ ପଟିଦିଅଁ ପୂଜା ପାଇବେ।
ସୂଚନାନୁଯାୟୀ , ଶ୍ରୀଜିଉଙ୍କ ଅଣସର ନୀତି ୧୫ ଦିନ ଧରି ଚାଲିବ। ଏହିସମୟରେ ଶ୍ରୀଜିଉଙ୍କ ବଦଳରେ ପଟଦିଅଁ ପୂଜା ପାଇବେ। ଶ୍ରୀଜଗନ୍ନାଥ ରୂପରେ ଅନନ୍ତ ନାରାୟଣ, ବଡ଼ଠାକୁର ବଳଭଦ୍ରଙ୍କ ରୂପରେ ଅନନ୍ତ ବାସୁଦେବ ଓ ମା’ ସୁଭଦ୍ରାଙ୍କ ରୂପରେ ଭୁବନେଶ୍ୱରୀ ପୂଜା ପାଇବେ। ପଟିଦିଅଁଙ୍କ ସହ ଦୋଳଗୋବିନ୍ଦ, ମଦନମୋହନ, ଲକ୍ଷ୍ମୀ, ସରସ୍ୱତୀ, ରାମ, କୃଷ୍ଣ ଓ ନୃସିଂହ ଭଗବାନଙ୍କ ପଟିଦିଅଁ ବି ପୂଜା ପାଇବେ।