(ପୁରୀ) : ବିଶ୍ୱପ୍ରସିଦ୍ଧ ରଥଯାତ୍ରାକୁ ଆଉ ଅଳ୍ପ ଦିନ। ଭକ୍ତ ନିଜର ଧର୍ଯ୍ୟ ହରେଇ ବସିଲାଣି ଚକାନୟନକୁ ଦେଖିବାକୁ । ଏଥି ପ୍ରସ୍ତୁତି ଜୋରସୋରରେ ଚାଲିଛି । ରଥଖଳାରେ ରଥ ନିର୍ମାଣ କାର୍ଯ୍ୟ ଶେଷରେ ପହଞ୍ଚିଛି। ଶେଷ ହୋଇଛି ତିନିରଥର ଚକ ଏବଂ ଅଖ ନିର୍ମାଣ କାର୍ଯ୍ୟ ।
ସୂଚନାନୁଯାୟୀ , ତାଳଧ୍ୱଜ ରଥର ମୋଟ୍ ୧୪ ଗୋଟି ଚକ ଏବଂ ୭ଗୋଟି ଅଖର ନିର୍ମାଣ କାର୍ଯ୍ୟ ଶେଷ ହୋଇଛି । ତାଳଧ୍ୱଜ ରଥର ୧୪ ନାହାକା ନିର୍ମାଣ ପାଇଁ ପ୍ରଥମ ପର୍ଯ୍ୟାୟରେ ୮ଟି ୨୦ ଫୁଟିଆ ଧଉରା ଫାଳି କାଠ ରଥ ଆମୀନ ଭୋଇ ସେବକଙ୍କ ମାଧ୍ୟମରେ ଯୋଗାଇ ଥିଲେ । ଦୁଇଟି ଆଠ କୋଣି ୧୪ନାହାକାର ନିର୍ମାଣ କାର୍ଯ୍ୟ ଶେଷ ହୋଇଛି । ଆଉ ୬ ଟିର ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ।