ଭାରତସ୍ୱାସ୍ଥ୍ୟ

ସ୍ୱାସ୍ଥ୍ୟଜନିତ ସମସ୍ୟା ନେଇ ମେଡିକାଲରେ ଭର୍ତ୍ତି ହେଲେ ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ

ନୂଆଦିଲ୍ଲୀ : ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ମେଡିକାଲରେ ଭର୍ତ୍ତି । ସ୍ୱାସ୍ଥ୍ୟଜନିତ ସମସ୍ୟା ନେଇ ତାଙ୍କୁ ଚେନ୍ନାଇର ଆପୋଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
ସୂଚନା ଅନୁଯାୟୀ, ତାଙ୍କର ଏସିଡିଟି ସମସ୍ୟା ଥିବା ସହ ସ୍ୱାସ୍ଥ୍ୟ ଅବସ୍ଥା ହଠାତ୍ ଖରାପ ହୋଇଥିଲା । ଏଥିପାଇଁ ତାଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। କେନ୍ଦ୍ରୀୟ ବ୍ୟାଙ୍କର ପ୍ରବକ୍ତା ମଧ୍ୟ ଏହି ଖବର ସ୍ପଷ୍ଟ କରିଛନ୍ତି । ସେ କହିଛନ୍ତି, ଶକ୍ତିକାନ୍ତ ଦାସଙ୍କ ଏସିଡିଟି ସମସ୍ୟା ପାଇଁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏସିଡିଟି ସମସ୍ୟା ଅତ୍ୟଧିକ ବଢି ଯିବାରୁୁ ଅବସ୍ଥା ଗୁରୁତର ହୋଇଥିଲା । ଚିକିତ୍ସା ପରେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥାରେ ପରିବର୍ତ୍ତନ ଆସିଛି । ୩ ରୁ ୪ ଘଣ୍ଟା ପରେ ତାଙ୍କୁ ଡିସଚାର୍ଜ କରାଯିବ ବୋଲି କୁହାଯାଉଛି । ତେବେ ଏନେଇ ହସ୍ପିଟାଲ ପକ୍ଷରୁ କୌଣସି ସୂଚନା ମିଳିନାହିଁ ।

Related posts

ପାଇକମାଳରେ ହେଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର

mahabharatanews

ବିଜେପିରେ ଟେଲି ଅଭିନେତ୍ରୀ ରୂପାଲି ଗାଙ୍ଗୁଲି

mahabharatanews

ଦିଲ୍ଲୀର ଗୋକୁଳପୁରୀରେ ଭୟାବହ ଅଗ୍ନିକାଣ୍ଡ, ୭ଜଣ ମୃତ

mahabharatanews

Leave a Comment