ଓଡିଶା

ଶୁଭଲକ୍ଷ୍ମୀ ଆତ୍ମହତ୍ୟା ମାମଲା; ଭାଇରଲ ଭିଡିଓର ସତ୍ୟତା ନାହିଁ

(ଭୁବନେଶ୍ୱର) : ବହୁ ଚର୍ଚିତ ଶୁଭଲକ୍ଷ୍ମୀ ଆତ୍ମହତ୍ୟା ମାମଲା‌ରେ ପ୍ରତିକ୍ରିୟା ରଖିଛନ୍ତି ଭୁବନେଶ୍ୱର ଡିସିପି ପ୍ରତୀକ ସିଂହ। ସେ କହିଛନ୍ତି, ମାନସିକ ଚାପରେ ରହୁଥିଲେ ଶୁଭଲକ୍ଷ୍ମୀ। ମାନସିକ ଚାପର କାରଣକୁ ନେଇ ସବୁ ଦିଗକୁ ନେଇ ତଦନ୍ତ ହେଉଛି ।
ସିଡିଆର ରିପୋର୍ଟ ରୁ ସେମିତି କିଛି ତଥ୍ୟ ମିଳିନାହିଁ। ମୋବାଇଲରୁ ବି ମିଳିନି କିଛି ତଥ୍ୟ। ତଦନ୍ତ ବେଳେ କୌଣସି ଭାଇରଲ ଭିଡିଓ ପୁଲିସ ହାତରେ ଲାଗିନି ବା ଭାଇରଲ ହେଉଥିବା ଭିଡିଓର ସତ୍ୟତା ନାହିଁ। ସେ ଭିଡ଼ିଓ କାହାର ତାହା ବି ସ୍ପଷ୍ଟ ହୋଇ ପାରୁନି। ଏହାଛଡ଼ା ପରିବାର ସହ ବନ୍ଧୁ, ବାରର କର୍ମଚାରୀଙ୍କୁ ପଚରାଉଚରା ଶେଷ ହୋଇଛି।

ସୂଚନାନୁଯାୟୀ , ଦୀପାଲି ବାରରେ ବାର ଡ୍ୟାନ୍ସର ଭାବେ କାମ କରୁଥିବା ଶୁଭଲକ୍ଷ୍ମୀ ମୃତ୍ୟୁ ଘଟଣାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ରାଜ୍ୟ ମହିଳା କମିଶନ। ୧୫ ଦିନ ମଧ୍ୟରେ ଘଟଣାର ତଦନ୍ତ ରିପୋର୍ଟ ଦେବାକୁ କମିଶନରେଟ ପୁଲିସକୁ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ନିର୍ଦ୍ଦେଶ ଦେଇଛନ୍ତି।

Related posts

ଅନଲାଇନରେ ମହାପ୍ରସାଦ ବିକ୍ରି ପ୍ରସଙ୍ଗକୁ ନେଇ ସିଂହଦ୍ୱାର ଥାନାରେ ଏତଲା

mahabharatanews

କଣାସ: ୨୧୦,୭୭୩ ପିଲାଙ୍କୁ ପୋଲିଓ ବୁନ୍ଦା

mahabharatanews

ଓଡ଼ିଶା କ୍ରିକେଟ୍‌ ଦଳର ଦ୍ରୁତ ବୋଲର ଆଶୁତୋଷ ଛୁରିଆ ଜାତୀୟ କ୍ରିକେଟ୍‌ ଏକାଡେମୀ (ଏନ୍‌ସିଏ)ରେ ପ୍ରଶିକ୍ଷଣ ପାଇବାକୁ ମନୋନୀତ

mahabharatanews