ଅପରାଧ

ନାବାଳିକାକୁ ସମ୍ପର୍କୀୟ ଭାଇର ଦୁଷ୍କର୍ମ ଉଦ୍ୟମ ଅଭିଯୋଗ

(ମହାଭାରତ, ରାଇରଙ୍ଗପୁର): ରାଇରଙ୍ଗପୁର ଟାଉନ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି । ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ ଅଭିଯୋଗରେ ପୋଲିସ ତାଙ୍କ ସମ୍ପର୍କୀୟ ଭାଇଙ୍କୁ ଗିରଫ କରିଛି । ସୂଚନା ଅନୁଯାୟୀ, ଗତ ବୁଧବାର ସନ୍ଧ୍ୟାରେ ୧୫ ବର୍ଷିୟା ନାବାଳିକା ଜଣକ ଘରେ ଏକୁଟିଆ ଥିଲେ । ଏହାର ସୁଯୋଗ ନେଇ ତାଙ୍କର ଜଣେ ସମ୍ପର୍କୀୟ ଭାଇ ତାଙ୍କୁ ଦୁଷ୍କର୍ମ ଉଦ୍ୟମ କରିଥିଲା । ପୀଡିତାଙ୍କ ଚିତ୍କାର ଶୁଣି ପରିବାର ଲୋକେ ସେଠାରେ ପହଞ୍ଚିଥିଲେ । ଏହାପରେ ଅଭିଯୁକ୍ତ ସେଠାରୁ ଖସି ପଳାଇଥିଲା । ଏନେଇ ପୀଡିତାଙ୍କ ପରିବାର ରାଇରଙ୍ଗପୁର ଥାନାରେ ଲିଖିତ ଅଭିଯୋଗ କରିଥିଲେ । ପୋଲିସ ଏହି ଘଟଣାର ତଦନ୍ତ କରି ଅଭିଯୁକ୍ତଙ୍କୁ ସେହିଦିନ ରାତିରେ ଗିରଫ କରିଥିଲା । ପରେ ପୀଡିତାଙ୍କ ଡାକ୍ତରୀ ମାଇନା କରାଯିବା ସହ ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଛି ।

Related posts

୩୦ ବର୍ଷର ଶିକ୍ଷକତାରେ ୬୦ ଛାତ୍ରୀଙ୍କୁ ଦୁର୍ବ୍ୟବହାରର ଅବସର ପରେ ହେଲା ଖୁଲାସା

mahabharatanews

ପିଲାଙ୍କୁ ଉଦ୍ଧାର ପାଇଁ ଛକ, ବଜାରରେ ଲାଗିଲା ପୋଷ୍ଟର

mahabharatanews

ଭିଜିଲାନ୍ସ ଜାଲରେ ରାୟଗଡ଼ା ଜିଲ୍ଲା ଗୁଡ଼ାରୀ ବନ ବିଭାଗ ରେଞ୍ଜର ଅଧିକାରୀ ସୁକୁମାର ଦୁଖୁ

mahabharatanews