ଅପରାଧ

ନାବାଳିକାକୁ ସମ୍ପର୍କୀୟ ଭାଇର ଦୁଷ୍କର୍ମ ଉଦ୍ୟମ ଅଭିଯୋଗ

(ମହାଭାରତ, ରାଇରଙ୍ଗପୁର): ରାଇରଙ୍ଗପୁର ଟାଉନ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି । ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ ଅଭିଯୋଗରେ ପୋଲିସ ତାଙ୍କ ସମ୍ପର୍କୀୟ ଭାଇଙ୍କୁ ଗିରଫ କରିଛି । ସୂଚନା ଅନୁଯାୟୀ, ଗତ ବୁଧବାର ସନ୍ଧ୍ୟାରେ ୧୫ ବର୍ଷିୟା ନାବାଳିକା ଜଣକ ଘରେ ଏକୁଟିଆ ଥିଲେ । ଏହାର ସୁଯୋଗ ନେଇ ତାଙ୍କର ଜଣେ ସମ୍ପର୍କୀୟ ଭାଇ ତାଙ୍କୁ ଦୁଷ୍କର୍ମ ଉଦ୍ୟମ କରିଥିଲା । ପୀଡିତାଙ୍କ ଚିତ୍କାର ଶୁଣି ପରିବାର ଲୋକେ ସେଠାରେ ପହଞ୍ଚିଥିଲେ । ଏହାପରେ ଅଭିଯୁକ୍ତ ସେଠାରୁ ଖସି ପଳାଇଥିଲା । ଏନେଇ ପୀଡିତାଙ୍କ ପରିବାର ରାଇରଙ୍ଗପୁର ଥାନାରେ ଲିଖିତ ଅଭିଯୋଗ କରିଥିଲେ । ପୋଲିସ ଏହି ଘଟଣାର ତଦନ୍ତ କରି ଅଭିଯୁକ୍ତଙ୍କୁ ସେହିଦିନ ରାତିରେ ଗିରଫ କରିଥିଲା । ପରେ ପୀଡିତାଙ୍କ ଡାକ୍ତରୀ ମାଇନା କରାଯିବା ସହ ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଛି ।

Related posts

ମୁମ୍ବାଇରେ ଜଘଣ୍ୟକାଣ୍ଡ: ଦୁଷ୍କର୍ମ ପରେ ଯୌନାଙ୍ଗରେ ରଡ ପୁରାଇଦେଲେ ଦୁର୍ବୃତ୍ତ

mahabharatanews

ଶାଶୁକୁ ବୋହୁର ଥପ୍ପଡ ଉପରେ ଥପ୍ପଡ

mahabharatanews

ଛଅ ହଜାର ଟଙ୍କା ଲାଞ୍ଚ ନେଏ ଦୁଇ ତହସିଲ କିରାଣୀ ଗିରଫ

mahabharatanews