ଓଡିଶାଵାଣିଜ୍ୟ

ବୃଦ୍ଧି ପାଇଲା ବସ ଭଡା

ଭୁବନେଶ୍ୱର : ପେଟ୍ରୋଲ-ଡିଜେଲ ଦର ଆକାଶଛୁଆଁ ହୋଇଥିବା ବେଳେ ସାଧାରଣ ଲୋକଙ୍କୁ ଲାଗିଛି ଆଉ ଏକ ଝଟକା । ତୈଳ ଦର ବଢ଼ୁଥିବାରୁ ରାଜ୍ୟରେ ବସ୍ ଭଡ଼ା ବଢ଼ିଯାଇଛି । ମିଳିଥିବା ସୂଚନା ଅନୁସାରେ, ଅର୍ଡିନାରୀ ଭଡ଼ା କିଲୋମିଟର ପିଛା ୮୭ରୁ ୯୦ ପଇସା ବୃଦ୍ଧି ପାଇଛି । ଏକ୍ସପ୍ରେସ ଭଡ଼ା କିଲୋମିଟର ପିଛା ୯୧ରୁ ୯୪ ପଇସାକୁ ବୃଦ୍ଧି ପାଇଛି । ସେହିପରି ଡିଲକ୍ସ ଭଡ଼ା ୧ ଟଙ୍କା ୨୫ ପଇସାରୁ ୧ ଟଙ୍କା ୩୧ ପଇସାକୁ ବୃଦ୍ଧି ପାଇଛି । ଏସି ଡିଲକ୍ସ ଭଡ଼ା ୧ ଟଙ୍କା ୫୩ ପଇସାରୁ ୧ ଟଙ୍କା ୫୯ ପଇସାକୁ ବୃଦ୍ଧି ପାଇଛି ।

୧୦ ଦିନରେ ଲଗାତର ୯ ମ ଥର ଲାଗି ବଢ଼ିଲା ତୈଳ ଦର । ୮୦ ପଇସା ଲେଖାଏଁ ବଢିଛି ଉଭୟ ପେଟ୍ରୋଲ ଓ ଡିଜେଲ ଦର । ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ଦର ୧୦୧.୮୧ ପଇସାରେ ପହଞ୍ଚିଥିବା ବେଳେ, ଡିଜେଲ ଦର ୯୩.୦୭ ହୋଇଛି । ସେହିପରି ମୁମ୍ବାଇରେ ପେଟ୍ରୋଲ ଓ ଡିଜେଲର ଦର ୮୪ ପଇସା ଲେଖାଏଁ ବଢିଛି ।

ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ଯୋଗୁଁ ବିଭିନ୍ନ ଅତ୍ୟାବଶ୍ୟକ ସାମଗ୍ରୀ ମଧ୍ୟ ବୃଦ୍ଧି ପାଉଛି । ଯାହାର ସିଧାସଳଖ ପ୍ରଭାବ ଜନସାଧାରଣଙ୍କ ପକେଟ୍ ଉପରେ ପଡ଼ିଛି । ଆଗକୁ ମଧ୍ୟ ପେଟ୍ରୋଲ ଓ ଡିଜେଲ୍ ଦର ଆହୁରି ବୃଦ୍ଧି ପାଇବ ବୋଲି ବିଶେଷଜ୍ଞମାନେ କହିଛନ୍ତି।

Related posts

 ଚତୁର୍ଦ୍ଧାମୂର୍ତ୍ତିଙ୍କ ଆଡ଼ପ ମଣ୍ଡପକୁ ବିଜେ

mahabharatanews

ନଡିଆ ଗଛରୁ ପଡି ଯୁବକଙ୍କ ମୃତ୍ୟୁ

mahabharatanews

ଜଳୁଛି ରାଜ୍ୟ : ୨୧ଟି ସହରରେ ୪୦ଡିଗ୍ରୀ ପାର

mahabharatanews

Leave a Comment