ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରୀପଞ୍ଚମୀର ପବିତ୍ର ତିଥିରେ ୨୦୨୩ ମସିହା ପୁରୁଷ ବିଶ୍ବକପ୍ ହକି ପାଇଁ ପ୍ରସ୍ତୁତିର ଶୁଭାରମ୍ଭ କରିଛନ୍ତି । ଆଜି ମୁଖ୍ୟମନ୍ତ୍ରୀ ସୁନ୍ଦରଗଡ ଜିଲ୍ଲା ଗସ୍ତରେ ଯାଇ ପାଞ୍ଚ ହଜାର କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ରାଉରକେଲା ଠାରେ ୨୦୨୩ ପୁରୁଷ ବିଶ୍ବକପ୍ ହକି ଆୟୋଜନକୁ ଦୃଷ୍ଟିରେ ରଖି ଆଜି ମୁଖ୍ୟମନ୍ତ୍ରୀ ସେଠାରେ ଅନ୍ତର୍ଜାତୀୟ ମାନର ଷ୍ଟାଡିଅମର ଶିଳାନ୍ୟାସ କରିଛନ୍ତି । ଏହି ନୂତନ ଷ୍ଟାଡିଅମ ବିଶିଷ୍ଟ ସଂଗ୍ରାମୀ ବିର୍ସା ମୁଣ୍ଡାଙ୍କ ନାମରେ ନାମିତ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ଦେଶର ସବୁଠାରୁ ବଡ଼ ହକି ଷ୍ଟାଡିୟମ ହେବ ।ଏହି ଷ୍ଟାଡିଅମ ଯୁବ ସମାଜ ମଧ୍ୟରେ ପ୍ରେରଣା ସୃଷ୍ଟି କରିବା ସହିତ ବଡ ବଡ ସ୍ବପ୍ନ ଦେଖିବା ଓ ବଡ ବଡ କାମ କରିବା ପାଇଁ ଉତ୍ସାହ ସୃଷ୍ଟି କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ରାଉରକେଲା ସହିତ ବିଜୁବାବୁଙ୍କର ସଂପର୍କ ବିଷୟ ସ୍ମରଣ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଉରକେଲାର ଷ୍ଟିଲ ପ୍ଲାଣ୍ଟ ଠାରୁ ଆରମ୍ଭ କରି ଏନଆଇଟି ପର୍ୟ୍ୟନ୍ତ ସବୁଥିରେ ବିଜୁବାବୁଙ୍କ ସ୍ମୃତି ଭରି ରହିଛି । ରାଉରକେଲାକୁ ଆଶାର ସହର ଉସଗ୍ଧଚ୍ଚ କ୍ଟଲ ଐକ୍ଟକ୍ଟ୍ରରଗ୍ଦ ଭାବରେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ କେବଳ ଓଡିଶା ନୁହେଁ, ଆଖପାଖ ରାଜ୍ୟର ଲୋକମାନେ ମଧ୍ୟ ଜୀବିକା ପାଇଁ ରାଉରକେଲାକୁ ଆସିଥାନ୍ତି । ସୁନ୍ଦରଗଡ ଜିଲ୍ଲାର ମିଶନ ଶକ୍ତିର ମା ମାନଙ୍କୁ ସେମାନଙ୍କର ବିକାଶ କାମରେ ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇବା ସହ ବାଲିଶଂକରାର ଜୟନ୍ତୀ ଏକ୍କା କିପରେ ଭୁବନେଶ୍ବରର ମେକ୍-ଇନ୍-ଓଡିଶା କନ୍କ୍ଲେଭରେ ତାଙ୍କର ଉଦ୍ଯୋଗ ପାଇଁ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ, ସେ ବିଷୟ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ, ଜୟନ୍ତୀଙ୍କ ନେତୃତ୍ବର ଉଚ୍ଚପ୍ରଶଂସା କରିଥିଲେ ।
ଜନଜାତିର ପିଲାମାନଙ୍କ ଶିକ୍ଷା ସୁବିଧା ସହିତ ଜନଜାତି ସଂସ୍କୃତିର ସୁରକ୍ଷା ପାଇଁ ନିଆଯାଇଥିବା ପଦକ୍ଷେପ ସଂପର୍କରେ ମୁଖ୍ୟମନ୍ତ୍ରୀ ଆଲୋଚନା କରିବା ସହ ମୁଣ୍ଡାରି ଓ ହୋ ଭାଷାକୁ ସମ୍ବିଧାନର ଅଷ୍ଟମ ପରିଚ୍ଛେଦରେ ଅନ୍ତର୍ଭୁକ୍ତ କରିବା ପାଇଁ କେନ୍ଦ୍ର ସରକାରଙ୍କ ନିକଟରେ ପୁଣି ଥରେ ଦାବୀ ଜଣାଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୨୦୦୦ ମସିହାରେ ରାଜ୍ୟର ଯୋଜନା ବଜେଟ ମାତ୍ର ୨୮୦୦ କୋଟି ଥିବାବେଳେ, ଆଜି କେବଳ ସୁନ୍ଦରଗଡ ଜିଲ୍ଲା ପାଇଁ ପାନଚ ହଜାର କୋଟି ଟଙ୍କାର ପ୍ରକଳ୍ପ ଆରମ୍ଭ କରାଯାଇଛି । ଏହାକୁ ମୁଖ୍ୟମନ୍ତ୍ରୀ ରୂପାନ୍ତରର ନମୂନା ତଥା ବିକାଶର ନମୂନା ଭାବରେ ବର୍ଣ୍ଣନା କରିବା ସହିତ ବିକାଶର ଏହି ଧାରାକୁ ଜାରି ରଖିବା ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ। ଏହି କାର୍ୟ୍ୟ କ୍ରମରେ ବହୁ ମନ୍ତ୍ରୀ ସାଂସଦ ବିଧାୟକ ଯୋଗ ଦେଇଥିଲେ । ବିଶିଷ୍ଟ ହକି ତାରକା ଦିଲ୍ଲୀପ ତୀର୍କୀ ଧନ୍ୟବାଦ ଦେଇଥିଲେ
If you have diabetes, cholesterol or any other discomfort, follow your doctor’s instructions and discuss the potential health benefits of green tea. She has been coordinator and content manager in various editorial teams. He also has extensive experience in SEO and digital marketing. newzealandrx.com Since the year she is editor in Best with Health and currently collaborates in the editorial section of the MContigo Group.